Latest Odisha News

ଦେଶରେ ୫୩ ଲକ୍ଷ ଟପିଲା କରୋନା ସଂକ୍ରମଣ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଶନିବାର ଦିନ ଏହି ସଂଖ୍ୟା ୫୩,୦୮,୦୧୫କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି ।

କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ସର୍ବାଧିକ ୯୩,୩୩୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିଲା ବେଳେ ପାଖାପାଖି ୧,୨୪୭ ଜଣଙ୍କର ମୃତ୍ୟୁ ଘଟିଛି।

ଏଯାବତ୍ କରୋନାରେ ସଂକ୍ରମିତ ହୋଇ ପ୍ରାୟ ୧୦,୧୩,୯୬୪ ଜଣ ବ୍ୟକ୍ତି ଚିକିତ୍ସିତ ହେଉଥିବା ବେଳେ ପାଖାପାଖି ୮୫,୬୧୯ ଜଣ ପ୍ରାଣ ହରାଇଛନ୍ତି।

ଆହୁରି ମଧ୍ୟ ସମସ୍ତ ୪୨,୦୮,୪୩୨ ଜଣ ଚିକିତ୍ସିତ ରୋଗୀ ସୁସ୍ଥ ହୋଇ ଡିସଚାର୍ଜ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି ।

Comments are closed.