Latest Odisha News

ଦେଶରେ ୭୦ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ୭୦ ଲକ୍ଷ ଟପିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଂଟାରେ ୭୪ ହଜାର ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି । ସବୁଠାରୁ ବଡ଼ କଥା ହେଲା ଆକ୍ରାନ୍ତଙ୍କ ସଂଖ୍ୟାଠାରୁ ସୁସ୍ଥଙ୍କ ସଂଖ୍ୟା ଅଧିକ ରହିଛି। ଗତ ୨୪ଘଣ୍ଟାରେ ୮୯,୧୫୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୯୧୮ଜଣଙ୍କ ମୃତ୍ୟୁ ଘଟିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୭୦,୫୩,୮୦୭ ରେ ପହଞ୍ଚିଛି । ଏହା ମଧ୍ୟରୁ ୮୬୭୪୯୬ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୧୦୮୩୩୪କୁ ବୃଦ୍ଧି ପାଇଛି । ଦେଶର ମୋଟ ଆରୋଗ୍ୟ ସଂଖ୍ୟା ୬୦୭୭୯୭୬ରେ ପହଞ୍ଚିଛି ।

Leave A Reply

Your email address will not be published.