ପୁରୀ: ଏବେ ପୁରୀ ଜଗନ୍ନାଥ ମନ୍ଦିରର ସେବାୟତମାନଙ୍କୁ ମିଳିବ ସ୍ୱାସ୍ଥ୍ୟ ବୀମା।
ଜଗନ୍ନାଥ ମନ୍ଦିରର ସମସ୍ତ ସେବାୟତଙ୍କୁ ସ୍ୱାସ୍ଥ୍ୟ ବୀମା ଯୋଗାଇବା ପାଇଁ ନ୍ୟୁ ଇଣ୍ଡିଆ ଆସୁରାନ୍ସ ନିଯୁକ୍ତ କରାଯାଇଛି।
ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ଡ. କ୍ରିଷନ୍ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।
ଏହି ଅନୁମୋଦିତ ବୀମା ଯୋଜନା ଦ୍ବାରା ପ୍ରାୟ ୨୫୦୦ ସେବକ ପରିବାର ସ୍ବାସ୍ଥ୍ୟ ବୀମା ସୁବିଧା ପାଇବେ । ଏହି ଯୋଜନାରେ ପ୍ରତି ପରିବାରକୁ ଚିକିତ୍ସା କ୍ଷେତ୍ରରେ ୨ ଲକ୍ଷ ଟଙ୍କାର ମୌଳିକ ବୀମା ସୁରକ୍ଷା ଓ ଗୁରୁତର ଅସୁସ୍ଥତା କ୍ଷେତ୍ରରେ ୧ ଲକ୍ଷ ଟଙ୍କାର ଅତିରିକ୍ତ ସହାୟତା ମିଳିବ ।
ସେହିପରି କ୍ୟାନ୍ସର୍ ଓ କିଡ଼ନୀ ପ୍ରତିରୋପଣ କ୍ଷେତ୍ରରେ ୨୫ ଜଣ ଚିକିତ୍ସିତ ବ୍ୟକ୍ତିଙ୍କୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଅତିରିକ୍ତ ବୀମା ସୁରକ୍ଷା ଉପଲବ୍ଧ ହେବ।
Comments are closed.