Latest Odisha News

BREAKING NEWS

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ସ୍ଥଗିତ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି

ପୁରୀ : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସ୍ଥଗିତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । କାର୍ଯ୍ୟ ସ୍ଥଗିତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲା INTACH । ମାମଲା ହାଇକୋର୍ଟରେ ବିଚାରାଧୀନ ଥିବାରୁ କାମ ସ୍ଥଗିତ ରହୁ ବୋଲି ଦାବି କରାଯାଇଛି । ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଭକ୍ତଙ୍କ ମଧ୍ୟରେ ଉଦ୍‌ବେଗ ରହିଛି । ରାୟ ଆସିବା ପର୍ଯ୍ୟନ୍ତ ନିର୍ମାଣ ସ୍ଥଗିତ ରହିଲେ ପ୍ରକଳ୍ପ ପାଇଁ ଅସୁବିଧା ନାହିଁ ବୋଲି ଚିଠିରେ ଦର୍ଶାଯାଇଛି ।

ଅନ୍ୟପଟେ ଶ୍ରୀମନ୍ଦିର ପରିକ୍ରମା ମାର୍ଗ ପ୍ରକଳ୍ପରେ ବେଆଇନ୍ ନିର୍ମାଣ ଓ ଖନନକୁ ନେଇ ଦାଏର ମାମଲାକୁ ବିଚାର ପାଇଁ ଗ୍ରହଣ କରିଛନ୍ତି ପୁରୀ ସିଭିଲ୍ ଜଜ୍ । ସିନିଅର ଡିଭିଜନ୍ ପୁରୀ ଓକିଲ ସଙ୍ଘ ପକ୍ଷରୁ ଦାଏର ମାମଲା 179/22କୁ କୋର୍ଟ ବିଚାର ପାଇଁ ଗ୍ରହଣ କରିଛନ୍ତି । ଏଥିସହ କେନ୍ଦ୍ର ସଂସ୍କୃତି ବିଭାଗ, NMA, ASI, TATA, OBCC, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ ଓ ମ୍ୟୁନିସିପାଲିଟିକୁ ନୋଟିସ ବି ଜାରି କରିଛନ୍ତି । ଆସନ୍ତା ଜୁନ୍ ୨୮ରେ ହାଜର ହୋଇ ଜବାବ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

Leave A Reply

Your email address will not be published.