Latest Odisha News

BREAKING NEWS

କାଲିଠୁ ପୁଣି ବର୍ଷା: ସତର୍କ ସୂଚନା ଜାରି କଲା ଆଇଏମଡି

ଭୁବନେଶ୍ୱର:ବଙ୍ଗୋପ ସାଗରରେ ସୃଷ୍ଟି ହୋଇଛି ପୁଣି ଏକ ଲଘୁଚାପ ।  ଅଗଷ୍ଟ ୨୫ରେ ପୁଣି ଏକ ଘୂର୍ଣ୍ଣିବଳୟ  ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ମଙ୍ଗଳବାରଠାରୁ ଓଡ଼ିଶାରେ ପୁଣି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୋମବାର ସତର୍କ ଜାରି କରାଯାଇଛି ।

ଆଇଏମଡି ସୂଚନା ଅନୁସାରେ,  ସୁନ୍ଦରଗଡ,  କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ ଜିଲ୍ଲା ପାଇଁ ମଙ୍ଗଳବାରକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଇଏମଡି । ଏଥିସହିତ ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଅନଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ବାଲେଶ୍ୱର, ଗଜପତି, ଗଞ୍ଜାମ ଜିଲ୍ଲାର କିଛି ସ୍ଥାନରେ ଘଡଘଡି, ବିଜୁଳି ସହ ବର୍ଷା ହୋଇପାରେ । ସେହିପରି ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଅଞ୍ଚଳରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏଥିସହିତ ଉପକୂଳର କିଛି ଅଞ୍ଚଳରେ ମଧ୍ୟ ବର୍ଷା ସମ୍ଭାବନା ରହିଛି ।

ସେହିପରି ଅଗଷ୍ଟ ୨୩ ତାରିଖରେ ବରଗଡ, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, କେନ୍ଦୁଝର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଅନଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବଲାଙ୍ଗିର, ସୋନପୁର, ବୌଦ୍ଧ, ଖୁର୍ଦ୍ଧା, ପୁରୀ, ଗଞ୍ଜାମ ଜିଲ୍ଲା ପାଇଁ ଗୋଟିଏ ବା ଦୁଇଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ସ୍ଥାନରେ ଘଡଘଡି ଓ ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି ।

Leave A Reply

Your email address will not be published.