Latest Odisha News

BREAKING NEWS

ଆଜି ବିଧାନସଭାରେ ଆସିବ କାମଚଳା ବଜେଟ୍

ଭୁବନେଶ୍ୱର: ଆଜି ବିଧାନସଭାରେ ଆସିବ କାମଚଳା ବଜେଟ୍ । ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ୧.୦୬ ଲକ୍ଷ କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ଆଜି କାମଚଳା ବଜେଟ୍ ଓ ପରେ ପୂର୍ଣ୍ଣାଙ୍ଗ ବଜେଟ୍ ବିଧାନସଭାରେ ଉପସ୍ଥାପିତ ହେବ ।

ବଜେଟରେ ଭିତ୍ତିଭୂମି, ସ୍ୱାସ୍ଥ୍ୟ, ଗ୍ରାମ୍ୟ ଉନ୍ନୟନ, ଗମନାଗମନ ସହ ବିକାଶମୂଳକ ଓ ଜନକଲ୍ୟାଣକାରୀ ଯୋଜନାରେଅଧିକ ବ୍ୟୟବରାଦ କରିପାରନ୍ତି ସରକାର । ରବିବାର ମନ୍ତ୍ରୀ ପରିଷଦ ଓ ରାଜ୍ୟ କ୍ୟାବିନେଟ୍ କାମଚଳା ବଜେଟକୁ ଅନୁମୋଦନ ଦେଇଥିଲା ।

ବଜେଟ୍ ପୂର୍ବରୁ ଗତକାଲି ଆସିଥିଲା ଅର୍ଥନୈତିକ ସର୍ଭେ ରିପୋର୍ଟ । ଯେଉଁଥିରେ ୨୦୨୧-୨୨ ଆର୍ଥିକ ବର୍ଷରେ ରାଜ୍ୟର ଅଭିବୃଦ୍ଧି ହାର ୧୦.୧ ପ୍ରତିଶତ ରହିବା ନେଇ ଆକଳନ କରାଯାଇଛି । ଚଳିତ ବର୍ଷ ଜାତୀୟ ହାର ୮.୮% ଲକ୍ଷ୍ୟ ରଖାଯାଇଥିବା ବେଳେ ଓଡ଼ିଶାର ଅଭିବୃଦ୍ଧି ହାର ଜାତୀୟ ହାରଠୁ ଅଧିକ ଆକଳନ କରାଯାଇଛି ।

Leave A Reply

Your email address will not be published.