Latest Odisha News

BREAKING NEWS

ମନୋଜ ଦାସଙ୍କ ସ୍ମୃତିରେ ଦିଆଯିବ ଆନ୍ତର୍ଜାତୀୟ ପୁରସ୍କାର ଓ ପ୍ରତିଷ୍ଠା ହେବ ଲାଇବ୍ରେରୀ ଓ ମ୍ୟୁଜିୟମ

ଭୁବନେଶ୍ବର : ଯଶସ୍ବୀ ସାରସ୍ବତ ସାଧକ ସ୍ବର୍ଗତ ମନୋଜ ଦାସଙ୍କୁ ସମ୍ମାନ । ତାଙ୍କ ସ୍ମୃତିରେ ‘ମନୋଜ ଦାସ ଆନ୍ତର୍ଜାତୀୟ ସାହିତ୍ୟ ପୁରସ୍କାର’ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଇଂରାଜୀ ଭାଷାରେ ସୃଜନାତ୍ମକ ସାହିତ୍ୟ ସୃଷ୍ଟି କରୁଥିବା ଓଡ଼ିଆ ସାହିତ୍ୟିକ ମାନଙ୍କୁ ଏହି ପୁରସ୍କାର ଓଡ଼ିଶା ସରକାରଙ୍କ ପକ୍ଷରୁ ପ୍ରତିବର୍ଷ ଦିଆଯିବ । ପୁରସ୍କାର ରାଶି ବାବଦକୁ ୧୦ ଲକ୍ଷ ଟଙ୍କା ପ୍ରଦାନ କରାଯିବ ।

ଯୁବପିଢ଼ିଙ୍କ ମଧ୍ୟରେ ଉଭୟ ଇଂରାଜୀ ଓ ଓଡ଼ିଆ ସାହିତ୍ୟ ପ୍ରତି ଆଗ୍ରହ ସୃଷ୍ଟି ନିମନ୍ତେ ପ୍ରତିବର୍ଷ ହାଇସ୍କୁଲ ସ୍ତରରେ ଇଂରାଜୀ ଓ ସାହିତ୍ୟରେ ମୌଳିକ ରଚନା ପାଇଁ ‘ମନୋଜ-କିଶୋର ସାହିତ୍ୟ ପ୍ରତିଭା ସମ୍ମାନ’ ପ୍ରଦାନ କରାଯିବ । ଏଥିପାଇଁ ଉଭୟ ଓଡ଼ିଆ ଓ ଇରାଜୀ ଭାଷାରେ ଗୋଟିଏ ଗୋଟିଏ ପୁରସ୍କାର ପ୍ରଦାନ କରାଯିବ । ପୁରସ୍କାର ବାବଦକୁ ୧ ଲକ୍ଷ ଟଙ୍କା ପ୍ରଦାନ କରାଯିବ ।

ସେହିପରି ମନୋଜ ଦାସଙ୍କ ପରିବାର ସଦସ୍ୟ ମାନଙ୍କ ପ୍ରସ୍ତାବ କ୍ରମେ ରାଜ୍ୟ ସରକାର ତାଙ୍କର ଜନ୍ମ ସ୍ଥାନ ବାଲେଶ୍ବର ଜିଲ୍ଲା ଶଙ୍ଖାରୀ ଗାଁରେ ଥିବା ତାଙ୍କର ପୈତୃକ ବାସଭବନକୁ ହାତକୁ ନେବେ । ତାହାକୁ ପ୍ରଥିତଯଶା ଭାତୃଦ୍ବୟ ପ୍ରଫେସର ମନ୍ମଥ ନାଥ ଦାସ ଓ ମନୋଜ ଦାସ ଦୁଇ ଭାଇଙ୍କ ନାମରେ ‘ମନ୍ମଥ-ମନୋଜ ସ୍ମାରକୀ’ ଭାବରେ ଘୋଷଣା କରାଯିବ । ସେଠାରେ ଉଭୟ ମନ୍ମଥ ନାଥ ଦାସ ଓ ମନୋଜ ଦାସଙ୍କ ଦ୍ବାରା ଇତିହାସ ଓ ସାହିତ୍ୟ ଉପରେ ଲିଖିତ ସମସ୍ତ ପୁସ୍ତକକୁ ରଖାଯାଇ ଏକ ଲାଇବ୍ରେରୀ ମଧ୍ୟ ସ୍ଥାପନ କରାଯିବ । ବାସଭବନ ପରିସରରେ ଥିବା ମନ୍ଦିରର ସଂରକ୍ଷଣ ମଧ୍ୟ କରାଯିବ ।

ସ୍ବର୍ଗତ ମନୋଜ ଦାସଙ୍କର ସ୍ମୃତିରେ ଉତ୍କଳ ପ୍ରସଙ୍ଗ, ଓଡ଼ିଶା ରିଭ୍ୟୁ ଏବଂ ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ପ୍ରକାଶିତ କୋଣାର୍କ ପତ୍ରିକାର ସ୍ବତନ୍ତ୍ର ସଂଖ୍ୟା ପ୍ରକାଶ କରାଯିବ ।

ସୂଚନାଯୋଗ୍ୟ ଯେ ସ୍ବର୍ଗତ ମନୋଜ ଦାସଙ୍କର ବିୟୋଗ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ପରିବାରର ସଦସ୍ୟ ମାନଙ୍କ ସହିତ ଟେଲିଫୋନ ଯୋଗେ କଥା ହୋଇ ସମବେଦନା ଜଣାଇବା ସହିତ ସ୍ବର୍ଗତ ମନୋଜ ଦାସଙ୍କ ସ୍ମୃତି ରକ୍ଷା ସମ୍ପର୍କରେ ଆଲୋଚନା କରିଥିଲେ ।

Leave A Reply

Your email address will not be published.