Latest Odisha News

BREAKING NEWS

ଭଦ୍ରକରେ ଗୋଷ୍ଠୀ ସଂଘର୍ଷ ମାମଲା: ୨୪ ଘଣ୍ଟା ଯାଏ ଇଣ୍ଟରନେଟ ସେବା ବନ୍ଦ

ଭଦ୍ରକ: ଭଦ୍ରକ ଜିଲ୍ଲାର ୫ ଟି ସ୍ଥାନରେ ଇଣ୍ଟରନେଟ୍ ସେବା ବନ୍ଦ। ଭଦ୍ରକ ବ୍ଲକ ଓ ପୌରପାଳିକା, ତିହିଡି ବ୍ଲକ, ଧାମନଗର ବ୍ଲକ ଓ ଏନଏସି ଅଞ୍ଚଳରେ ଇଣ୍ଟରନେଟ ସେବା ବନ୍ଦ ରହିବ। ସକାଳ ୬ଟାରୁ ଆସନ୍ତାକାଲି ୬ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍ ବନ୍ଦ ରହିବ ବୋଲି ଆରକ୍ଷୀ ଅଧୀକ୍ଷକ ମନୋଜ ରାଉତ ସୂଚନା ଦେଇଛନ୍ତି।

ଗତ କିଛି ଦିନ ତଳେ ଭଦ୍ରକ ତିହିଡି ଥାନା ଅଞ୍ଚଳରେ ଦୁଇ ସଂପ୍ରଦାୟଙ୍କ ଭିତରେ କିଛି କାରଣରୁ ଗଣ୍ଡଗୋଳ ଘଟିଥିଲା ଏବଂ ସେଥିରେ ଗୁରୁତର ଆହତ ହୋଇଥିବା ଜଣେ ଯୁବକ ସନ୍ତୋଷ ପରିଡ଼ାଙ୍କ ଗତକାଲି ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିବା ପରେ ଆଇନଶୃଙ୍ଖଳା ପରିସ୍ଥିତିକୁ ଆଖି ଆଗରେ ରଖି ଏଭଳି ସତର୍କତାମୂଳକ ପଦକ୍ଷେପ ନିଆଯାଇଥିବା କୁହାଯାଉଛି। ବର୍ତ୍ତମାନ ଆଲର୍ଟରେ ଅଛି ପ୍ରଶାସନ।

ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏ ଘଟଣାରେ ଦୋଷୀଙ୍କ ବିରୋଧରେ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ଏବଂ ମୃତ୍ୟୁବରଣ କରିଥିବା ଯୁବକଙ୍କ ପରିବାରକୁ ନ୍ୟାୟ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ସହାୟତା ଓ ଜଣଙ୍କୁ ନିଯୁକ୍ତି ନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି।

Comments are closed.