Latest Odisha News

ଘଡଘଡି ସହ ବର୍ଷା ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆସନ୍ତା ୧୦ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଅଂଚଳରେ ବର୍ଷା ହେବାର ସମ୍ଭାବନା ଅଛି । ଏନେଇ ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ତେବେ, ଆଜି ଭଳି ଆସନ୍ତାକାଲି ମଧ୍ୟ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ହେବ । ଘଡଘଡି ସହ ବର୍ଷା ହେବା ନେଇ ରାଜ୍ୟର ୧୦ରୁ ଅଧିକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କଳାହାଣ୍ଡି, କନ୍ଧମାଳ, ମୟୁରଭଞ୍ଜ, ଢ଼େଙ୍କାନାଳ, କେନ୍ଦୁଝର, ନବରଙ୍ଗପୁର. ସୁନ୍ଦରଗଡ, ଝାରସୁଗୁଡା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସୂଚନାଯୋଗ୍ୟ, ଆଜିଠୁ ପାଗରେ ପରିବର୍ତ୍ତନ ଦେଖାଦେଇଛି । ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷାରେ ଭିଜିଛି । ୨୪ ଘଣ୍ଟାରେ ତାଳଚେରରେ ସର୍ବାଧିକ ୧୩ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ୮ କିମ୍ବା ୯ ତାରିଖରେ ତାପମାତ୍ରା ୨ରୁ୩ ଡିଗ୍ରୀ କମିବ ଓ ଶୀତ ବଢ଼ିପାରେ ବୋଲି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

Comments are closed.