Latest Odisha News

BREAKING NEWS

ବିଜେପି ଛାଡିଲେ ଜଗନ୍ନାଥ ପ୍ରଧାନ

ଭୁବନେଶ୍ୱର: ବିଜେପିରୁ ଇସ୍ତଫା ଦେଇଛନ୍ତି ଜଗନ୍ନାଥ ପ୍ରଧାନ । ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କୁ ସେ ତାଙ୍କ ଇସ୍ତଫା ପତ୍ର ଦେଇଛନ୍ତି । ବ୍ୟକ୍ତିଗତ କାରଣରୁ ଦଳ ପାଇଁ ସମୟ ଦେଇ ପାରୁ ନ ଥିବା ସେ ଏହି ଇସ୍ତଫା ପତ୍ରରେ ଦର୍ଶାଇଛନ୍ତି ।

୨୦୧୯ ସାଧାରଣ ନିର୍ବାଚନରେ ସେ ଭୁବନେଶ୍ୱର ମଧ୍ୟରୁ ପ୍ରତିଦ୍ୱନ୍ଦିତା କରି ପରାଜିତ ହୋଇଥିଲେ । ଆଜି ହଠାତ୍ ସେ ଇସ୍ତଫା ଦେବାକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି । ତେବେ ସେ ଆଗାମୀ ଦିନରେ କେଉଁ ଦଳରେ ସାମିଲ ହେବେ ସେ ନେଇ କିଛି ସ୍ପଷ୍ଟ ହୋଇନାହିଁ ।

Leave A Reply

Your email address will not be published.