Latest Odisha News

BREAKING NEWS

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପୁରୀ ଗସ୍ତ ନେଇ ଶ୍ରୀମନ୍ଦିର ପ୍ରଶାସନର ପ୍ରସ୍ତୁତି ବୈଠକ

ପୁରୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପୁରୀ ଗସ୍ତକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ ହୋଇଛି । ଏହି ବୈଠକରେ ଛତିଶା ନିଯୋଗ ଓ ଶ୍ରୀମନ୍ଦିର ପରିଚାଳନା କମିଟିର ସଦସ୍ୟମାନେ ଯୋଗ ଦେଇଥିଲେ । ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ରାଷ୍ଟ୍ରପତିଙ୍କ ଗସ୍ତ ଓ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ ଉପରେ ଆଲୋଚନା ହୋଇଛି ।

ଆସନ୍ତା ୧୦ ତାରିଖରେ ରାଷ୍ଟ୍ରପତି ପୁରୀ ଆସି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଦର୍ଶନ କରିବେ । ଦିନ ୧୨ଟାରୁ ଗୋଟାଏ ପର୍ଯ୍ୟନ୍ତ ଶ୍ରୀଜୀଉଙ୍କ ଦର୍ଶନ କରିବେ ରାଷ୍ଟ୍ରପତି । ସୁରକ୍ଷା ଦୃଷ୍ଟିରୁ ରାଷ୍ଟ୍ରପତିଙ୍କ ଦର୍ଶନର ଦେଢ଼ ଘଣ୍ଟା ପୂର୍ବରୁ ପ୍ରାୟ ୧୦ଟା ୩୦ରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏହି ସମୟ ମଧ୍ୟରେ ଶ୍ରୀମନ୍ଦିରକୁ ଶୋଧ କରାଯାଇ କେବଳ ପାଳିଆ ସେବାୟତମାନେ ଶ୍ରୀମନ୍ଦିର ପରିସରରେ ରହିବେ ।

ଶ୍ରୀମନ୍ଦିର ପରିସରରେ ରାଷ୍ଟ୍ରପତି ମହାପ୍ରସାଦ ସେବନ କରିବାର କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତି ଶ୍ରୀମନ୍ଦିରରେ ଦର୍ଶନ ସାରି ଫେରିବା ପରେ ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ । ଗସ୍ତ ଅବସରରେ ସିଂହଦ୍ଵାର ନିକଟରେ ଥିବା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ ରାଷ୍ଟ୍ରପତି । ଗସ୍ତ ବେଳେ ସମସ୍ତ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ପାଇଁ ଆଜି ଅନୁଷ୍ଠିତ ବୈଠକରେ ଜିଲ୍ଲାପାଳ ସମର୍ଥ ବର୍ମା, ଏସପି କନୱର ବିଶାଳ ସିଂ, ଅଧିକାଂଶ ପରିଚାଳନା କମିଟି ସଦସ୍ୟ ଓ ଛତିଶା ନିଯୋଗର ପ୍ରମୁଖ ସଦସ୍ୟ ସାମିଲ ହୋଇଥିଲେ ।

Leave A Reply

Your email address will not be published.