ପୁରୀ: ଆଜି ମହାପ୍ରଭୁଙ୍କ ବନକ ଲାଗି ନୀତି ପାଇଁ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ଆଜି ଫାଲଗୁନ ଚୈତ୍ର କୃଷ୍ଣ ଦ୍ୱିତୀୟା ତିଥିରେ ପୁରୀ ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେବ । ଭୋଗମଣ୍ଡପରେ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ରୁ ରାତି ୧୦ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।
ତେବେ ବନକଲାଗି ନୀତି ଏକ ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂର୍ତ୍ତିଙ୍କ ଦର୍ଶନ କରିପାରିବେ ନାହିଁ ସାଧାରଣ ଲୋକ । ବନକଲାଗି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧନରେ ଶ୍ରୀବିଗ୍ରହ ମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ତେବେ ଏହି ସମୟରେ ପାର୍ଶ୍ୱ ଦେବାଦେବୀଙ୍କ ଦର୍ଶନ କରିପାରିବେ ଭକ୍ତ ।
Comments are closed.