ପୁରୀ: ଆସନ୍ତାକାଲି ବୁଧବାର ଭାଦ୍ରବ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ ରାହୁରେଖା ଲାଗି ନୀତି ଅନୁଷ୍ଠିତ ହେବ।
ଏହା ଏକ ବିଶେଷ ନୀତି ହୋଇଥିବାରୁ ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୨ଟା ୩୦ ମିନିଟ ଠାରୁ ସନ୍ଧ୍ୟା ୬ଟା ୩୦ ମିନିଟ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।
ସୂଚନା ଅନୁଯାୟୀ, ଭୋଗ ମଣ୍ଡପ ନୀତି ଶେଷ ପରେ ରାହୁରେଖା ନୀତି ଅନୁଷ୍ଠିତ ହେବ। ଶ୍ରୀବିଗ୍ରହଙ୍କ ଶ୍ରୀମୁଖରେ ସ୍ୱର୍ଣ୍ଣ ନିର୍ମିତ ଏକ ବଳୟଟିକୁ ରାହୁରେଖା କୁହାଯାଏ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟ ମଧ୍ୟରେ ଭକ୍ତମାନଙ୍କୁ ମନ୍ଦିର ମଧ୍ୟକୁ ପ୍ରବେଶ ଅନୁମତି ମିଳିବ ନାହିଁ ଏବଂ ମନ୍ଦିରର ମୁଖ୍ୟ ଦ୍ୱାର ବନ୍ଦ ରହିବ। ତେବେ ସନ୍ଧ୍ୟା ୬ଟା ୩୦ ମିନିଟ ପରେ ତଥା ନିତିକାନ୍ତି ସରିବା ପରେ ଶ୍ରଦ୍ଧାଳୁମାନେ ଶ୍ରୀଜିଉଙ୍କ ଦର୍ଶନ କରିପାରିବେ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।
Comments are closed.