ପୁରୀ : ଶ୍ରୀଜଗନ୍ନାଥ ମନ୍ଦିରରେ ଗୁରୁବାର ଦିନ ହେବାକୁ ଥିବା ମହାପ୍ରଭୁଙ୍କ ଗୁପ୍ତନୀତି ପାଇଁ ପାଖାପାଖି ୪ ଘଣ୍ଟା ଧରି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ । ଏହି ସମୟ ମଧ୍ୟରେ ଶ୍ରଦ୍ଧାଳୁମାନେ ଶ୍ରୀଜିଉଙ୍କ ଦର୍ଶନ କରିପାରିବେ ନାହିଁ ।
ମିଳିଥିବା ସୂଚନା ଅନୁଯାୟୀ ଆଜି ଶ୍ରୀମନ୍ଦିରରେ ‘ବନକଲାଗି ନୀତି’ ପାଇଁ ଅପରାହ୍ନ ସାଢ଼େ ୪ଟାରୁ ରାତି ସାଢ଼େ ୮ଟା ପର୍ୟ୍ୟନ୍ତ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ।
ଏହି ସମୟ ମଧ୍ୟରେ ଭକ୍ତମାନଙ୍କୁ ମନ୍ଦିର ମଧ୍ୟକୁ ପ୍ରବେଶ ଅନୁମତି ମିଳିବ ନାହିଁ ଏବଂ ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟ ମଧ୍ୟରେ ଭକ୍ତମାନଙ୍କୁ ମନ୍ଦିର ମଧ୍ୟକୁ ପ୍ରବେଶ ଅନୁମତି ମିଳିବ ନାହିଁ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।
ମହାପ୍ରଭୁଙ୍କ ଏହା ଏକ ଗୁପ୍ତ ନିତି ହୋଇଥିବାରୁ ସେବକମାନେ ଏହି ନୀତି ସମ୍ପନ୍ନ କରିଥାନ୍ତି ।
Comments are closed.