Latest Odisha News

BREAKING NEWS

‘ରାହୁରେଖା ଲାଗି’ ନୀତି ପାଇଁ ୫ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ: ପୁରୀ ଶ୍ରୀଜଗନ୍ନାଥ ମନ୍ଦିରରେ ଆସନ୍ତା ୨୧ ତାରିଖ ଦିନ ହେବାକୁ ଥିବା ‘ରାହୁରେଖା ଲାଗି’ ନୀତି ପାଇଁ ପାଖାପାଖି ୫ ଘଣ୍ଟା ଧରି ମନ୍ଦିର ବନ୍ଦ ରହିବ । ଏହି ସମୟ ମଧ୍ୟରେ ଶ୍ରଦ୍ଧାଳୁମାନେ ପ୍ରଭୁଙ୍କ ଦର୍ଶନ କରିପାରିବେ ନାହିଁ ।

ଏହି ନୀତିକାନ୍ତି ଭାଦ୍ରବ ମାସ କୃଷ୍ଣପକ୍ଷ ପଞ୍ଚମୀ ତିଥିରେ ପାଳନ କରାଯାଇଥାଏ ।

ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟ ମଧ୍ୟରେ ଭକ୍ତମାନଙ୍କୁ ମନ୍ଦିର ମଧ୍ୟକୁ ପ୍ରବେଶ ଅନୁମତି ମିଳିବ ନାହିଁ ଏବଂ ମନ୍ଦିରର ମୁଖ୍ୟ ଦ୍ୱାର ବନ୍ଦ ରହିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ଦ୍ୱିପ୍ରହର ୨ଟାରୁ ରାତି ୭ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁମାନେ ଶ୍ରୀଜିଉଙ୍କ ଦର୍ଶନ କରିପାରିବେ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।

Leave A Reply

Your email address will not be published.