ନୂଆଦିଲ୍ଲୀ: ଜଗଦୀପ ଧନଖଡ଼ ଭାରତର ଚତୁର୍ଦ୍ଦଶ ଉପରାଷ୍ଟ୍ରପତି ତଥା ରାଜ୍ୟସଭା ଅଧ୍ୟକ୍ଷ ଭାବେ ଶପଥ ଗ୍ରହଣ କରିଛନ୍ତି । ଜଣେ ସ୍ୱନାମଧନ୍ୟ ଆଇନଜ୍ଞ ଓ ପଶ୍ଚିମବଙ୍ଗର ପୂର୍ବତନ ରାଜ୍ୟପାଳ ଶ୍ରୀ ଧନଖଡ଼ଙ୍କୁ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ଶପଥ ଗ୍ରହଣ ସମାରୋହରେ ଶପଥ ପାଠ କରାଇଥିଲେ ।
President Droupadi Murmu administered oath of Office of Vice President to Shri Jagdeep Dhankhar at a Swearing-in-Ceremony at Rashtrapati Bhavan pic.twitter.com/Vrum223CXj
— President of India (@rashtrapatibhvn) August 11, 2022
ଶପଥ ଗ୍ରହଣ କରିବା ପୂର୍ବରୁ ଶ୍ରୀ ଧନଖଡ଼ ଆଜି ସକାଳେ ରାଜଘାଟ ଯାଇ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । “ପୂଜ୍ୟ ବାପୁଙ୍କୁ ସମ୍ମାନ ପ୍ରଦର୍ଶନ କରି ନିଜକୁ ଅନୁପ୍ରାଣିତ ଓ ଉତ୍ସାହୀ ହୋଇ ରାଜଘାଟର ପୂଣ୍ୟ ପରିବେଶରେ ଭାରତର ସେବା ପାଇଁ ବ୍ରତୀ ହେବେ” ବୋଲି ଟ୍ୱିଟ୍ କରିଛନ୍ତି ।
Delhi | Vice President-elect Jagdeep Dhankhar pays tribute to Mahatma Gandhi at Rajghat. He will take oath as the 14th Vice President of the country today. pic.twitter.com/8vvvwCrb2z
— ANI (@ANI) August 11, 2022
ଶ୍ରୀ ଧନଖଡ଼ ତାଙ୍କର ପ୍ରାଥମିକ ରାଜସ୍ଥାନର ଶିକ୍ଷା କିଥନା ଗ୍ରାମର ସରକାରୀ ପ୍ରାଥମିକ ବିଦ୍ୟାଳୟରୁ ଲାଭ କରିଥିଲେ । ତା’ପରେ ସେ ଗର୍ଧନାର ସରକାରୀ ମଧ୍ୟ ଇଂରାଜୀ ବିଦ୍ୟାଳୟ ଓ ଚିତ୍ତୋରଗଡ଼ର ସୈନିକ ସ୍କୁଲରୁ ଶିକ୍ଷା ଲାଭ କରିଥିଲେ । ମହାବିଦ୍ୟାଳୟ ଶିକ୍ଷା ପାଇଁ ଶ୍ରୀ ଧନଖଡ଼ ମହାରାଜା କଲେଜରେ ଯୋଗଦେଇ ପଦାର୍ଥ ବିଜ୍ଞାନ ସମ୍ମାନ ସହ ବିଏସସି ଉତ୍ତୀର୍ଣ୍ଣ ହେଲେ । ତା’ପରେ ସେ ରାଜସ୍ଥାନ ବିଶ୍ୱବିଦ୍ୟାଳୟରୁ ଆଇନରେ ସ୍ନାତକ ହେଲେ ।
ଶ୍ରୀ ଜଗଦୀପ ଧନଖଡ଼ ଜଣେ ଆଇନଜୀବୀ ଭାବେ ନିଜର ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । ତାଙ୍କ ବଂଶର ପ୍ରଥମ ବୃତ୍ତିଧାରୀ ହେବା ସତ୍ତ୍ୱେ ସେ ଦେଶର ଜଣେ ବିଶିଷ୍ଟ ଆଇନ ବିଶାରଦ ଭାବେ ଖ୍ୟାତି ଅର୍ଜନ କରିଥିଲେ ।
୧୯୯ଠ ମସିହାରେ ସେ ରାଜସ୍ଥାନ ଉଚ୍ଚ ନ୍ୟାୟାଳୟ ପକ୍ଷରୁ ବରିଷ୍ଠ ଆଡଭୋକେଟ ମାନ୍ୟତା ପାଇଥିଲେ । ତା’ ପରଠାରୁ ଶ୍ରୀ ଜଗଦୀପ ଧନଖଡ଼ ସୁପ୍ରିମକୋର୍ଟରେ ପ୍ରାଥମିକ ଆଇନ ବ୍ୟବସାୟ କରୁଥିଲେ । ଇସ୍ପାତ, କୋଇଲା, ଖଣିଜ ଓ ଅନ୍ତର୍ଜାତୀୟ ବାଣିଜ୍ୟିକ ମଧ୍ୟସ୍ଥତା ଇତ୍ୟାଦି ତାଙ୍କର ପ୍ରମୁଖ କ୍ଷେତ୍ର ଥିଲା । ସେ ଦେଶର ବିଭିନ୍ନ ଉଚ୍ଚ ନ୍ୟାୟାଳୟରେ ନ୍ୟାୟିକ ସେବା କରିବା ସହ ଜୁଲାଇ ୩ଠ, ୨ଠ୧୯ରେ ପଶ୍ଚିମବଙ୍ଗର ରାଜ୍ୟପାଳ ଦାୟିତ୍ୱ ଗ୍ରହଣ କରିବା ପର୍ଯ୍ୟନ୍ତ ରାଜ୍ୟର ବରିଷ୍ଠତମ ଆଡଭୋକେଟ ଭାବେ କାର୍ଯ୍ୟ କରିଥିଲେ । ଆଇନ ବୃତ୍ତି କାଳରେ ଶ୍ରୀ ଧନଖଡ଼ ରାଜସ୍ଥାନ ହାଇକୋର୍ଟ ବାର ଆସୋସିଏସନ ଜୟପୁରର ସର୍ବକନିଷ୍ଠ ସଭାପତି ଭାବେ ୧୯୮୭ ମସିହାରେ ନିର୍ବାଚିତ ହୋଇଥିଲେ । ବର୍ଷକ ପରେ ସେ ୧୯୮୮ରେ ରାଜସ୍ଥାନ ବାର କାଉନସିଲର ଜଣେ ସଦସ୍ୟ ମଧ୍ୟ ହୋଇ ପାରିଥିଲେ ।
Shri Jagdeep Dhankhar being sworn in as the 14th Vice President of India by the President, Smt. Droupadi Murmu at a swearing-in ceremony at Rashtrapati Bhavan today. pic.twitter.com/zOSdfYCkOp
— Vice President of India (@VPSecretariat) August 11, 2022
ଜଗଦୀପ ଧନଖଡ଼ ୧୯୮୯ରେ ଝୁନଝୁନ ସଂସଦୀୟ କ୍ଷେତ୍ରରୁ ସଂସଦକୁ ନିର୍ବାଚିତ ହୋଇଥିଲେ । ପରେ ସେ ୧୯୯ଠ ମସିହାରେ ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଭାବେ ମଧ୍ୟ କାର୍ଯ୍ୟ ନିର୍ବାହ କରିଥିଲେ । ୧୯୯୩ ମସିହାରେ ସେ ଆଜମେର ଜିଲ୍ଲା କିଶନଗଡ଼ ନିର୍ବାଚନ ମଣ୍ଡଳୀରୁ ରାଜସ୍ଥାନ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ବିଧାୟକ ଭାବେ ଶ୍ରୀ ଧନଖଡ଼ ଲୋକସଭା ଓ ରାଜସ୍ଥାନ ବିଧାନସଭାର ଅନେକ ଗୁରୁତ୍ୱପୂର୍ଣ୍ଣ କମିଟିର ସଦସ୍ୟ ଭାବେ ଦାୟିତ୍ୱ ତୁଲାଇଥିଲେ । କେନ୍ଦ୍ରମନ୍ତ୍ରୀ ଭାବେ ସେ ସଂସଦୀୟ ପ୍ରତିନିଧି ଦଳର ଉପନେତା ଭାବେ ୟୁରୋପୀୟ ସଂସଦକୁ ଯାଇଥିଲେ । ଜୁଲାଇ ୨ଠ୧୯ରେ ଶ୍ରୀ ଧନଖଡ଼ ପଶ୍ଚିମବଙ୍ଗ ରାଜ୍ୟପାଳ ନିଯୁକ୍ତ ହୋଇଥିଲେ । ଶ୍ରୀ ଧନଖଡ଼ ମଧ୍ୟ ଜଣେ କ୍ରୀଡ଼ାପ୍ରେମୀ । ସେ ରାଜସ୍ଥାନ ଅଲିମ୍ପିକ ସଂଘ ଓ ରାଜସ୍ଥାନ ଟେନିସ୍ ସଂଘର ସଭାପତି ଥିଲେ । ସଂଗୀତ ଓ ଭ୍ରମଣରେ ତାଙ୍କର ଅନ୍ୟତମ ରୁଚି ରହିଛି । ସେ ଯୁକ୍ତରାଷ୍ଟ, କାନାଡ଼ା, ୟୁକେ, ଇଟାଲୀ, ସ୍ୱିଜରଲାଣ୍ଡ, ଜର୍ମାନୀ, ଅଷ୍ଟ୍ରେଲିଆ, ନିଉଜିଲାଣ୍ଡ, ଚୀନ, ହଂକଂ ଓ ସିଙ୍ଗାପୁର ଇତ୍ୟାଦି ଦେଶ ସମେତ ଅନେକ ରାଷ୍ଟ୍ର ଗସ୍ତ କରିଛନ୍ତି
Comments are closed.