ଭୁବନେଶ୍ୱର: ରାଜ୍ୟରେ ବିଗୁଡୁଛୁ ପରିସ୍ଥିତି । ସୋମବାର ଆଉ ୨ ଜଣଙ୍କ ମୁଣ୍ଡ ନେଇଛି କରୋନା । ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ଯାଜପୁରରେ ପ୍ରଥମ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହି ବ୍ୟକ୍ତିଙ୍କ ବୟସ ୬୪ ହୋଇଥିବା ବେଳେ ସେ ମଧୁମେହ ରୋଗରେ ପୀଡିତ ଥିଲେ। ଏହାସହ ଆଉ ଏକ ନୂଆ ମୃତ୍ୟୁ ସହ ଗଞ୍ଜାମରେ ମୃତ୍ୟୁ ସଂଖ୍ୟା ୨୧ କୁ ବୃଦ୍ଧି ପାଇଛି । ମୃତ ବ୍ୟକ୍ତିଙ୍କ ବୟସ ୭୭ ବର୍ଷ ହୋଇଥିବା ବେଳେ ସେ ଉଚ୍ଚ ରକ୍ତଚାପରେ ପୀଡିତ ଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି । ରବିବାର ଦିନ ସୁନ୍ଦରଗଡ ଏବଂ ଗଜପତି ଜିଲ୍ଲା ଓଡିଶାର କରୋନା ଡେଥ ଲିଷ୍ଟରେ ଯୋଡି ହୋଇଥିବା ବେଳେ ଆଜି ଆୟ ଏକ ଜିଲ୍ଲା ଯୋଡି ହୋଇଛି । ଏହାପୂର୍ବରୁ ଏହି ଭୂତାଣୁ ଖୋର୍ଦ୍ଧାରେ ୭ ଜଣ, କଟକରେ ୪ ଜଣ ଏବଂ ପୁରୀ, ଅନୁଗୁଳ ଏବଂ ବରଗଡ ଜିଲ୍ଲାରେ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୁଣ୍ଡ ନେଇ ସାରିଛି ।
BREAKING NEWS
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
Comments are closed.