Latest Odisha News

BREAKING NEWS

ପ୍ରତି ପଞ୍ଚାୟତରେ ଖୋଲିବ ଜନପୋଷଣ କେନ୍ଦ୍ର: ଖାଦ୍ୟ ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର: ସରକାରଙ୍କ ବର୍ଷେ ପୂର୍ତ୍ତି ଉପଲକ୍ଷେ ଖାଉଟିଙ୍କୁ ଭେଟି। ପ୍ରତି ପଞ୍ଚାୟତରେ ଖୋଲିବ ଜନପୋଷଣ କେନ୍ଦ୍ର। ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର। ରିହାତି ଦରରେ ରାସନ ସାମଗ୍ରୀ ଯୋଗାଇ ଦିଆଯିବ। ସବସିଡି ଦରରେ ଚାଉଳ, ଅଟା, ଚିନି, ଲୁଣ, ଡାଲି ପରି ଅତ୍ୟାବଶ୍ୟକୀୟ ସାମଗ୍ରୀ ମଧ୍ୟ ମିଳିବ।

ପାଇଲଟ୍ ପ୍ରୋଜେକ୍ଟ ଭାବେ ପ୍ରଥମେ ୫ଟି ପୋଷଣ କେନ୍ଦ୍ର ଖୋଲିବାକୁ ଯୋଜନା କରାଯାଉଛି ବୋଲି କହିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର। ଏଥିରେ ସାମିଲ ହେବେ ମଧ୍ୟବିତ୍ତ।

ଯୋଗାଣ ମନ୍ତ୍ରୀ କହିଛନ୍ତି ଯେ, ଯୋଗ୍ୟତା ମାପଦଣ୍ଡ କ’ଣ ରହିବ ସେନେଇ ବିଭାଗ ଗାଇଡଲାଇନ ପ୍ରସ୍ତୁତ କରୁଛି। ବର୍ତ୍ତମାନ ୩ କୋଟି ୨୬ ଲକ୍ଷ ହିତାଧିକାରୀ ଖାଦ୍ୟ ସୁରକ୍ଷାରେ ଅନ୍ତର୍ଭୁକ୍ତ ଅଛନ୍ତି। ତେବେ ଜନ ପୋଷଣ କେନ୍ଦ୍ର ହେଲେ ପ୍ରାୟ ୫୦ ଲକ୍ଷ ଅଧିକ ହିତାଧିକାରୀ ସାମିଲ ହୋଇପାରନ୍ତି।

Comments are closed.