Latest Odisha News

BREAKING NEWS

ବହୁ ଚର୍ଚ୍ଚିତ ଜଟଣୀ ହତ୍ୟାକାଣ୍ଡ ମାମଲା; ୪ ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭୁବନେଶ୍ୱର: ବହୁ ଚର୍ଚ୍ଚିତ ଜଟଣୀ ହତ୍ୟାକାଣ୍ଡ ଘଟଣାରେ ଆସିଲା ରାୟ । ଆଜି ୨୦୧୭ ମାର୍ଚ୍ଚ ୨ ତାରିଖରେ ଘଟିଥିବା ଜଟଣୀ ଅନୁପ ବେହେରା ହତ୍ୟାକାଣ୍ଡ ମାମଲାରେ ରାୟ ପ୍ରକାଶ ପାଇଛି । ହତ୍ୟାକାଣ୍ଡ ଘଟଣାରେ ୪ ହତ୍ୟାକରୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି ଭୁବନେଶ୍ବର ଏଡିଜେ କୋର୍ଟ-୨ ।

୪ ହତ୍ୟାକରୀ ହାଲୁ ବେହେରା, ମୃଣାଲ ବେହେରା, ଗୋପୀନାଥ ବେହେରା ଏବଂ ନାଲୁ ବେହେରାଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ ଦେଇଛନ୍ତି ଏଡିଜେ କୋର୍ଟ-୨ । ୧୬ ଜଣ ସାକ୍ଷୀଙ୍କ ବୟାନ ଆଧାରରେ ରାୟ ଶୁଣାଇଲେ କୋର୍ଟ ।

ସୂଚନାଯୋଗ୍ୟ, ଜଟଣୀରେ ୨୦୧୭ ମାର୍ଚ୍ଚ ୨ରେ ଘଟିଥିଲା ଏହି ହତ୍ୟାକାଣ୍ଡ । ଭଉଣୀକୁ କମେଣ୍ଟ ମାରିବାରୁ ବଡ଼ ଭାଇ ଅନୁପ ବିରୋଧ କରିଥିଲେ । ଏହାକୁ କେନ୍ଦ୍ର କରି ହାଲୁ ବେହେରା, ମୃଣାଲ ବେହେରା, ଗୋପୀନାଥ ବେହେରା ଏବଂ ନାଲୁ ବେହେରା ମାରଣାସ୍ତ୍ର ଓ ଲୁହାରଡରେ ଅନୁପଙ୍କୁ ପିଟିପିଟି ଅତି ନିର୍ମମ ହତ୍ୟା କରିଥିଲେ । ଏହାପରେ ପାଟି ଶୁଣି ଅନୁପଙ୍କ ପରିବାର ଲୋକ ଦୌଡି ଆସି ହତ୍ୟାକାରୀଙ୍କୁ ବିରୋଧ କରିବାରୁ ସେମାନଙ୍କୁ ମଧ୍ୟ ମରଣାନ୍ତକ ଆକ୍ରମଣ କରିଥିଲେ ଏହି ୪ ହତ୍ୟାକରୀ । ଏନେଇ ଅନୁପଙ୍କ ପରିବାର ପକ୍ଷରୁ ଜଟଣୀ ଥାନାରେ ଏତଲା ଦିଆଯାଇଥିଲା ।

 

Leave A Reply

Your email address will not be published.