Latest Odisha News

ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ : ଯବାନ ଗୁରୁତର ଅନେକ ମାଓବାଦୀ ନିହତ ସୂଚନା

ମାଲକାନଗିରି : ମାଲକାନଗିରି ଛତିଶଗଡ ସୀମାନ୍ତ ସୁକୁମା ଜିଲ୍ଲାରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ।ଅନେକ ମାଓବାଦୀ ପ୍ରାଣ ହରାଇଥିବା ସୂଚନା ମିଳିଛି । ଏଥିରେ ଜଣେ ଯବାନ ମଧ୍ୟ ଗୁରୁତର ହୋଇଛନ୍ତି ।ସୁକମା ଜିଲ୍ଲାର କିସ୍ତାରାମ ଥାନା ଅନ୍ତର୍ଗତ ପାଲଚାଲମା ଜଙ୍ଗଲରେ ମାଓ କ୍ୟାମ୍ପ ଚାଲିଥିବା ନେଇ ଗୁଇନ୍ଦା ସୂଚନା ମିଳିବା ପରେ କୋବ୍ରା ୨୦୮ ଓ ଡିଆରଜି ବାହିନୀ ପକ୍ଷରୁ ମିଳିତ ଭାବେ କମ୍ବିଂ ଅପରେସନ ଆରମ୍ଭ କରାଯାଇଥିଲା ।

ଯବାନଙ୍କ ଆସିବା ଦେଖି ମାଓବାଦୀ ମାନେ ଗୁଳି ଚାଳନା କରିବାରୁ ଯବାନ ମାନେ ମଧ୍ୟ ପାଲଟା ଆକ୍ରମଣ କରିଥିବା ସୂଚନା । ବର୍ତ୍ତମାନ ମଧ୍ୟ ସମ୍ପୃକ୍ତ ଅଞ୍ଚଳରେ ଉଭୟ ପକ୍ଷ ମଧ୍ୟରେ ଜୋରଦାର ଗୁଳିବିନିମୟ ଜାରି ରହିଥିବା ନେଇ ସୁକମା ଏସପି ସୁନିଲ ଶର୍ମା ସୂଚନା ଦେଇଛନ୍ତି ।

Leave A Reply

Your email address will not be published.