ଭୁବନେଶ୍ୱର: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ। ପିସିସି ସଭାପତିଙ୍କ ନିକଟକୁ ଇସ୍ତଫା ପତ୍ର ପଠାଇଲେ ପାଙ୍ଗୀ। ଦଳକୁ ସମୟ ଦେଇ ପାରୁନଥିବାରୁ ଇସ୍ତଫା ଦେଇଥିବା କହିଲେ। ଦଣ୍ଡକାରଣ୍ୟ ପର୍ବତାଞ୍ଚଳ ବିକାଶ ପରିଷଦ ଗଠନ କରି ନେତୃତ୍ବ ନେଉଛନ୍ତି ଜୟରାମ।
ଆଜି ତାଙ୍କର ଇସ୍ତଫା ପତ୍ର ରାଜ୍ୟ ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଥିବା ନେଇ ସୂଚନା ରହିଛି। କଂଗ୍ରେସ ଦଳର ପ୍ରାଥମିକ ସଦସ୍ୟରୁ ଇସ୍ତଫା ଦେଇଥିବା ନେଇ ସୂଚନା ରହିଛି। ମିଳିଥିବା ସୂଚନା ଅନୁସାରେ ଜୟରାମ ପାଙ୍ଗୀ ନିର୍ଦଳୀୟ ଭାବେ ଦଣ୍ଡକାରଣ୍ୟ ଅର୍ବତମଳା ବିକାଶ ପରିଷଦର କାର୍ଯ୍ୟକ୍ରମକୁ ସଫଳ ରୂପାୟନ ଦେବା ଉଦ୍ଦେଶ୍ୟରେ ସେ ଦଳରୁ ଇସ୍ତଫା ଦେଇଛନ୍ତି ବୋଲି ଲେଖିଛନ୍ତି।
ଏହା ସହିତ ଏକ ସାମ୍ବାଦିକମାନଙ୍କୁ ଦେଇଥିବା ସୂଚନା ଅନୁସାରେ ସେ ତାଙ୍କ ଇସ୍ତଫା ପତ୍ର ରାଜ୍ୟ ସଭାପତିଙ୍କ ସହିତ ଜାତୀୟ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ, ଜିଲ୍ଲା ସଭାପତିଙ୍କୁ ପଠାଇଥିବା ନେଇ ସୂଚନା ରହିଛି। ଏହା ପୂର୍ବରୁ ସେ ବିଜେପିରେ ରହିଥିଲେ। ୨୦୨୨ ମସିହାରେ ବିଜେପି ଛାଡି ସେ କଂଗ୍ରେସରେ ଯୋଗ ଦେଇଥିଲେ। ସେବେଠାରୁ ସେ ଅବିଭକ୍ତ କୋରାପୁଟ ଜିଲ୍ଲା ସମେତ ପଡୋଶୀ ଆନ୍ଧ୍ର ଓ ଛତିଶଗଡର ଆଦିବାସୀ ଅଧ୍ୟୁଷିତ କିଛି ଅଞ୍ଚଳକୁ ନେଇ କେନ୍ଦ୍ର ଶାସିତ ଅଞ୍ଚଳ ଗଠନ କରିବାକୁ ଜୟରାମ ପାଙ୍ଗୀ ଦୀର୍ଘ ଦିନ ହେବ ପ୍ରୟାସ କରିଆସୁଛନ୍ତି ।
ଏଥିପାଇଁ ସେ ଦଣ୍ଡକାରଣ୍ୟ ପର୍ବତମାଳା ବିକାଶ ପରିଷଦ ଗଠନ କରିଛନ୍ତି। ଜୟରାମ ପାଙ୍ଗୀ ୨୦୧୭ ମସିହାରେ ବିଜେଡି ଛାଡି ବିଜେପିରେ ଯୋଗ ଦେଇଥିଲେ । ସେ ପୂର୍ବରୁ ୪ ଥର ପଟାଙ୍ଗୀରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୨୦୦୯ ମସିହାରେ କୋରାପୁଟରୁ ଗିରିଧର ଗମାଙ୍ଗଙ୍କୁ ପରାଜିତ କରି ପ୍ରଥମ ଥର ପାଇଁ ଲୋକସଭାକୁ ନିର୍ବାଚିତ ହୋଇଥିଲେ ।