Latest Odisha News

BREAKING NEWS

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବ୍ଲକ କନିଷ୍ଠ ଯନ୍ତ୍ରୀ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ବ୍ଲକ କନିଷ୍ଠ ଯନ୍ତ୍ରୀ । ଦେବଗଡ଼ ଜିଲ୍ଲା ତିଲେଇବଣି ବ୍ଲକ କନିଷ୍ଠ ଯନ୍ତ୍ରୀ ବିଜୟାନନ୍ଦ ସାହୁ ଲାଞ୍ଚ ନେଇ ଧରା ପଡ଼ିଛନ୍ତି । ଜଣେ ଠିକାଦାରଙ୍କ ବିଲ୍ ପାରିତ କରାଇବା ଲାଗି କନିଷ୍ଠ ଯନ୍ତ୍ରୀ ବିଜୟାନନ୍ଦ ସାହୁ ୮ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଏନେଇ ଠିକାଦାର ଜଣଙ୍କ ଭିଜିଲାନ୍ସର ଦ୍ୱାରସ୍ତ ହୋଇଥିଲେ ।

ପୂର୍ବ ଯୋଜନା ଅନୁସାରେ, କନିଷ୍ଠ ଯନ୍ତ୍ରୀ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ତାଙ୍କୁ ମାଡ଼ି ବସିଛି । ବିଜୟାନନ୍ଦଙ୍କ ଠାରୁ ଲାଞ୍ଚ ଟଙ୍କା ଜବତ କରାଯାଇଛି । ଆୟ ବହିର୍ଭୂତ ସମ୍ପତ୍ତିର ଖୋଳତାଡ଼ ପାଇଁ ବିଜୟାନନ୍ଦଙ୍କ ୨ଟି ସ୍ଥାନରେ ଭିଜିଲାନ୍ସ ଏକକାଳୀନ ରେଡ୍ କରିଛି । ଏନେଇ ରାଉରକେଲା ଭିଜିଲାନ୍ସ ପକ୍ଷରୁ ଏକ ମାମଲା ରୁଜୁ କରାଯାଇଛି ।

Leave A Reply

Your email address will not be published.