Latest Odisha News

ହେମନ୍ତ ସୋରେନଙ୍କୁ ଆଶ୍ୱସ୍ତି; ହାଇକୋର୍ଟରୁ ମିଳିଲା ଜାମିନ

ରାଞ୍ଚି: ଝାଡ଼ଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା ନେତା ହେମନ୍ତ ସୋରେନଙ୍କୁ ଆଶ୍ବସ୍ତି ମିଳିଛି । ଜମି ଦୁର୍ନୀତି ମାମଲାରେ ତାଙ୍କୁ ମିଳିଲା ଜାମିନ । ଏହି ମାମଲାରେ ଆଜି ହାଇକୋର୍ଟ ସୋରେନଙ୍କୁ ଜାମିନ ପ୍ରଦାନ କରିଛନ୍ତି ।

ସୂଚନାଯୋଗ୍ୟ, ଅର୍ଥ ହେରଫେର ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ତାଙ୍କୁ ଜାନୁଆରୀରେ ଗିରଫ କରିଥିଲା । ଏହାପୂର୍ବରୁ ସେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ ।

ତେବେ ଝାଡଖଣ୍ଡରେ ବିଧାନସଭା ନିର୍ବାଚନ ପୂର୍ବରୁ ହେମନ୍ତ ସୋରେନଙ୍କୁ ଜାମିନ ମିଳିବା ଦଳ ପାଇଁ ଏକ ବଡ଼ ଆଶ୍ୱସ୍ତିକର ଖବର ।

Leave A Reply

Your email address will not be published.