Latest Odisha News

BREAKING NEWS

ପୁଣି ବଢିଲା ତାତି, ଝାରସୁଗୁଡ଼ାରେ ୪୨ .୨ ଡିଗ୍ରୀ ରେକର୍ଡ

ଭୁବନେଶ୍ଵର: ତତଲା କଡେଇରେ ଭାଜି ହେଉଛି ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସହର। ଆକାଶରୁ ଯେପରି ବର୍ଷୁଛି ନିଆଁ । ଘରୁ ବାହାରିଲେ ମୁହଁ ପୋଡ଼ି ଯାଉଛି । ଆଉ ଏପରି ଅବସ୍ଥାରେ ଅସମ୍ଭାଳ ତାତିକୁ ଗୁଳୁଗଳିରେ ଆଉଟୁ ପାଉଟୁ ହେଉଛନ୍ତି ରାଜ୍ୟବାସୀ। କ୍ରମାଗତ ଭାବେ ରାଜ୍ୟର ବିଭିନ୍ନ ସ୍ଥାନର ତାପମାତ୍ରା ବଢୁଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଝାରସୁଗୁଡାରେ ୪୨ଡ଼ିଗ୍ରୀ ଅତିକ୍ରମ କରିଛି ତାତି । ଆଜି ଦିନ ୨ଟା ୩୦ ସୁଦ୍ଧା ଝାରସୁଗୁଡା ୪୨.୨ ଡ଼ିଗ୍ରୀ, ସମ୍ବଲପୁର ୪୧.୬, ରାଉରକେଲା ୪୦.୨ ଡ଼ିଗ୍ରୀ, ହୀରାକୁଦ ୪୦ ଡ଼ିଗ୍ରୀ, ଚାନ୍ଦବାଲି ୩୯.୮ ଡ଼ିଗ୍ରୀ, ଭୁବନେଶ୍ୱରରେ ୩୯.୮ ଡ଼ିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

ତେବେ କିଛି ଦିନର ବିରତି ପରେ ପୁଣି ରାଜ୍ୟରେ ବଢିଲା ତାତି । ଆସନ୍ତା ୩ ଦିନ ଯାଏଁ ହିଟ ୱେଭ ଜାରି କରିଛି ପାଣିପାଗ ବିଭାଗ । କିଛି ଜିଲ୍ଲାରେ ୪୨ ଡିଗ୍ରୀ ଅତିକ୍ରମ କରିପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ପାଇଁ କଳାହାଣ୍ଡି, ବଲାଙ୍ଗୀର, ସୋନପୁର,ବୌଦ୍ଧ, ସମ୍ବଲପୁର ଓ ଝାରସୁଗୁଡ଼ାରେ ପ୍ରବଳ ଖରାକୁ ନେଇ ୟେଲୋ ବର୍ଣ୍ଣିଙ୍ଗ ଜାରି କରିଛି ବିଭାଗ । ସେପଟେ ୨ ତାରିଖ ବେଳକୁ ବର୍ଷା ହେବାର ସମ୍ଭାବନା ଦେଇଛି ପାଣିପାଗ ବିଭାଗ । ଆଦ୍ରତାର ପରିମାଣ ବୃଦ୍ଧି ସହ ବାୟୁର ଦିଶା ପରିବର୍ତନ କୁ ନେଇ ୨ କିମ୍ବା ୩ ତାରିଖ ବେଳକୁ ଉତ୍ତର ଆଭ୍ୟନ୍ତରିଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

 

Comments are closed.