ନୂଆଦିଲ୍ଲୀ: କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସି ଖବର। ଏଣିକି ଜିଓ ହଟଷ୍ଟାରରେ ଫ୍ରି’ରେ ଦେଖିପାରିବେ ଆଇପିଏଲ। ଜିଓ ଏହାର ପୁରୁଣା ଏବଂ ନୂଆ ଗ୍ରାହକଙ୍କ ପାଇଁ ସ୍ୱତନ୍ତ୍ର ଅଫର ଆଣିଛି। ୨୯୯ ଟଙ୍କା କିମ୍ବା ତଦ୍ଦୁଦ୍ଧ୍ୱର୍ ମୂଲ୍ୟର ପ୍ଲାନ୍ ସହିତ ନୂତନ ଜିଓ ସିମ୍ ସଂଯୋଗ ନେଇ କିମ୍ବା ଅତି କମରେ ୨୯୯ ଟଙ୍କା ମୂଲ୍ୟର ପ୍ଲାନ୍ ରିଚାର୍ଜ କରି ଜିଓ ଗ୍ରାହକ ଜିଓ ହଟ୍ଷ୍ଟାରରେ ମାଗଣାରେ ଆଇପିଏଲ କ୍ରିକେଟ୍ ସିଜିନ୍ ଉପଭୋଗ କରିପାରିବେ।
ଏହି ଅସୀମିତ କ୍ରିକେଟ୍ ଅଫରରେ ଗ୍ରାହକ ଟିଭି କିମ୍ବା ମୋବାଇଲରେ ୯୦ ଦିନର ମାଗଣା ଜିଓ ହଟଷ୍ଟାର ସବ୍ସ୍କ୍ରିପସନ୍ ପାଇବେ। ଏହାର ଅର୍ଥ ହେଉଛି, ଆପଣ ବିନ କୌଣସି ମୂଲ୍ୟରେ IPL ୨୦୨୫ ର ସମ୍ପୂର୍ଣ୍ଣ ସିଜିନ୍ ଉପଭୋଗ କରିପାରିବେ ଏବଂ ତାହା ମଧ୍ୟ 4K କ୍ୱାଲିଟିରେ। ଗ୍ରାହକ ୨୨ ମାର୍ଚ୍ଚରୁ ଆରମ୍ଭ ହେଉଥିବା ଆଇପିଏଲ କ୍ରିକେଟ ସିଜିନ ମାଗଣାରେ ଉପଭୋଗ କରିପାରିବେ। ଜିଓ ହଟଷ୍ଟାର ପ୍ୟାକ୍ ଆସନ୍ତା ୨୨ ମାର୍ଚ୍ଚ ଅର୍ଥାତ୍ ଆଇପିଏଲ କ୍ରିକେଟ ସିଜିନର ଉଦଘାଟନୀ ମ୍ୟାଚ୍ ଦିନରୁ ୯୦ ଦିନ ପାଇଁ ବୈଧ ରହିବ। ଏହା ସହିତ ଜିଓ ଘର ପାଇଁ ଜିଓଫାଇବର କିମ୍ବା ଜିଓ ଏୟାରଫାଇବରର ମାଗଣା ଟ୍ରାଏଲ୍ ସଂଯୋଗ ମଧ୍ୟ ପ୍ରଦାନ କରିବ।
ଅଲ୍ଟ୍ରା-ଫାଷ୍ଟ ଇଣ୍ଟରନେଟର ମାଗଣା ଟ୍ରାଏଲ୍ ସଂଯୋଗ ୫୦ ଦିନ ପାଇଁ ମାଗଣା ରହିବ। ଗ୍ରାହକ ୪କେ କ୍ୱାଲିଟିରେ ଇମର୍ସିଭ୍ କ୍ରିକେଟ୍ ଦେଖିବାର ଅନୁଭୂତି ସହିତ ଶ୍ରେଷ୍ଠ ହୋମ୍ ଏଣ୍ଟର୍ଟେନମେଣ୍ଟର ମଜା ନେଇପାରିବେ। ଜିଓଫାଇବର କିମ୍ବା ଜିଓ ଏୟାରଫାଇବରର ମାଗଣା ଟ୍ରାଏଲ୍ ସଂଯୋଗ ସହିତ ୮୦୦+ଟିଭି ଚ୍ୟାନେଲ୍, ୧୧+ ଓଟିଟି ଆପ୍, ଅସୀମିତ ୱାଇଫାଇ ମଧ୍ୟ ମିଳିବ। ଗ୍ରାହକ ଏହି ଅଫରର ଲାଭ ୧୭ ମାର୍ଚ୍ଚରୁ ୩୧ ମାର୍ଚ୍ଚ, ୨୦୨୫ ମଧ୍ୟରେ ଉପଲବ୍ଧ କରିପାରିବେ।
Comments are closed.