Latest Odisha News

BREAKING NEWS

ଶ୍ରୀନଗର: ଏନକାଉଣ୍ଟରରେ ୪ ଆତଙ୍କବାଦୀ ନିହତ, ଜଣେ ଯବାନ ସହିଦ

ଶ୍ରୀନଗର : ଜାମ୍ମୁ-କାଶ୍ମୀରର ସୋପିଆଁ ଜିଲ୍ଲାର ନଡିଗାମରେ ମଙ୍ଗଳବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ଗୁଳି ବିନିମୟରେ ୪ଜଣ ଆତଙ୍କବାଦୀ ନିପାତ ହୋଇଛନ୍ତି ।

ଏହି ଘଟଣାରେ ଜଣେ ଯବାନ ସହିଦ ହୋଇଥିବାବେଳେ ୨ଜଣ ଗୁରୁତର ଆହତ ହୋଇଥିବା ନେଇ ସୁତ୍ରରୁ ପ୍ରକାଶ ।

ସୂଚନା ଅନୁଯାୟୀ କିଛି ଆତଙ୍କବାଦୀ ସୋପିଆଁ ଜିଲ୍ଲାର ନଡିଗାମ ଅଞ୍ଚଳରେ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ଖବର ମିଳିଥିଲା । ପରବର୍ତ୍ତୀ ସମୟରେ ଆତଙ୍କବାଦୀ ମାନଙ୍କୁ ଧରିବା ପାଇଁ ସୁରକ୍ଷାକର୍ମୀ ମାନେ ଏକ ସର୍ଚ୍ଚ ଅପରେସନ ଜାରି କରିଥିଲେ ।

ଏହି ସର୍ଚ୍ଚ ଅପରେସନ ବେଳେ ଆତଙ୍କବାଦୀ ପକ୍ଷରୁ ଅତର୍କିତ ଗୁଳି ଚାଳନା ହୋଇଥିଲା ବେଳେ ସୁରକ୍ଷାକର୍ମୀଙ୍କ ପାଲଟା ଗୁଳି ଚାଳନାରେ ୪ ଜଣ ଆତଙ୍କବାଦୀ ନିହତ ହୋଇଥିବା ନେଇ ସୂଚନା ମିଳିଛି ।

Leave A Reply

Your email address will not be published.