Latest Odisha News

BREAKING NEWS

ଅନନ୍ତନାଗରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀ ଗୁଳିବିନିମୟ, ୨ ଯବାନ ଆହତ

ଶ୍ରୀନଗର: ଜମ୍ମୁ କାଶ୍ମୀରର ଅନନ୍ତନାଗ ଜିଲ୍ଲାରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଏନକାଉଣ୍ଟର।

ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଏନକାଉଣ୍ଟରରେ ଦୁଇ ଯବାନ ଆହତ ହୋଇଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି।

ଅଧିକାରୀଙ୍କ କହିବା ଅନୁଯାୟୀ, ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ପାଇବା ପରେ ସୁରକ୍ଷା ବାହିନୀ ଦକ୍ଷିଣ କାଶ୍ମୀର ଜିଲ୍ଲାର କୋକରନାଗ ଅଞ୍ଚଳର ଅହଲାନ ଗଡୋଲେରେ ସର୍ଚ୍ଚ ଅପରେସନ ଆରମ୍ଭ କରାଯାଇଥିଲା। ଏହି ସମୟରେ ଆତଙ୍କବାଦୀମାନେ ଗୁଳି ଚଳାଇଥିଲେ। ଯାହାର ପାଲଟା ଜବାବ ଦେଇଥିଲେ ସୁରକ୍ଷା ବାହିନୀ।

ବିଦେଶୀ ଆତଙ୍କବାଦୀଙ୍କୁ ଖୋଜିବା ପାଇଁ ସେନାର ସ୍ପେଶାଲ ଫୋର୍ସ ଏବଂ ପାରାଟ୍ରୁପର ମଧ୍ୟ ଏହି ଅପରେସନରେ ସାମିଲ।

Comments are closed.