Latest Odisha News

BREAKING NEWS

ଜମ୍ମୁ-କଶ୍ମୀରରେ ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଓମାର ଅବଦୁଲ୍ଲା

ଶ୍ରୀନଗର: ଜମ୍ମୁ-କଶ୍ମୀରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଓମାର ଅବଦୁଲ୍ଲା । ଶେର୍‌‌ ଇ କଶ୍ମୀର ଇଣ୍ଟରନାସନାଲ୍‌‌ କନଭେନସନ ସେଣ୍ଟରରେ ଅନୁଷ୍ଠିତ ଶପଥ ଗ୍ରହଣ ସମାରୋହରେ ଜମ୍ମୁ-କଶ୍ମୀରର ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ।

ଶପଥ ଗ୍ରହଣ ଉତ୍ସବରେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ, ମଲ୍ଲିକାର୍ଜୁନ ଖଡଗେଙ୍କ ସମେତ ସମାଜବାଦୀ ପାର୍ଟିର ମୁଖ୍ୟ ଅଖିଳେଶ ଯାଦବ ପ୍ରମୁଖ ଉପସ୍ଥିତ ଥିଲେ ।

ଧାରା ୩୭୦ ହଟିବା ପରେ ପ୍ରଥମ ଥର ପାଇଁ ଜମ୍ମୁ-କାଶ୍ମୀରରେ ନିର୍ବାଚିତ ସରକାର ଗଠନ ହେବାକୁ ଯାଉଛି । ୨୦୧୮ ମସିହାରୁ ସେଠାରେ ରାଷ୍ଟ୍ରପତି ଶାସନ ଲାଗୁ ହୋଇଥିଲା । ନିକଟରେ କେନ୍ଦ୍ର ସରକାର ରାଷ୍ଟ୍ରପତି ଶାସନ ପ୍ରତ୍ୟାହାର କରିଥିଲେ ।

Comments are closed.