Latest Odisha News

BREAKING NEWS

ଓଡ଼ିଶା ଗସ୍ତରେ ଆସିବେ ଜେପି ନଡ୍ଡା, କନ୍ଧମାଳ ଓ ପୁରୀ ଉପରେ ଫୋକସ୍

ଭୁବନେଶ୍ୱର: ଚଳିତବର୍ଷ ଦ୍ୱିତୀୟ ଥର ପାଇଁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓଡ଼ିଶା ଗସ୍ତରେ ଆସୁଛନ୍ତି । ଆସନ୍ତା ୨୮ ତାରିଖରେ ଜେପି ନଡ୍ଡା ଓଡ଼ିଶା ଗସ୍ତରେ ଆସି କନ୍ଧମାଳ ଓ ପୁରୀ ଲୋକସଭା ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗ ଦେବେ । ଏନେଇ ରାଜ୍ୟ ବିଜେପିର ସାଧାରଣ ସମ୍ପାଦିକା ଡ.ଲେଖାଶ୍ରୀ ସାମନ୍ତସିଂହାର ସୂଚନା ଦେଇଛନ୍ତି ।

ଦଳର ସଂଗଠନକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଜେପି ନଡ୍ଡା କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବେ । ଏଥି ସହ ଗତ ୮ ବର୍ଷ ଶାସନରେ କେନ୍ଦ୍ରର ମୋଦି ସରକାର ଓଡ଼ିଶା ଏବଂ ଓଡ଼ିଶାବାସୀଙ୍କ କଲ୍ୟାଣ ପାଇଁ ଲାଗୁ କରିଥିବା ବିଭିନ୍ନ ଜନକଲ୍ୟାଣ ଯୋଜନା ଓ ବିକାଶମୁଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରିବେ । ତୃଣମୂଳ ସ୍ତରରେ କେନ୍ଦ୍ର ସରକାରଙ୍କ ଯୋଜନାର କାର୍ଯ୍ୟକାରିତା ପହଞ୍ଚାଇବା ନେଇ ଆଲୋଚନା କରିବେ ।

Leave A Reply

Your email address will not be published.