Latest Odisha News

BREAKING NEWS

ଓଡ଼ିଶା ହାଇକୋର୍ଟରେ ବିଚାରପତିଭାବେ ଶପଥ ନେଲେ ଜଷ୍ଟିସ୍ ଆଦିତ୍ୟ କୁମାର ମହାପାତ୍ର

କଟକ: ଓଡ଼ିଶା ହାଇକୋର୍ଟର ବିଚାପତିଭାବେ ଶପଥ ଗ୍ରହଣ କଲେ ଜଷ୍ଟିସ୍ ଆଦିତ୍ୟ କୁମାର ମହାପାତ୍ର। ମୁଖ୍ୟ ବିଚାରପତି ଜଷ୍ଟିସ୍ ଏସ୍.ମୁରଲୀଧର ତାଙ୍କୁ ଶପଥ ପାଠ କରାଇଥିଲେ । ହାଇକୋର୍ଟ ନୂଆ ସମ୍ମିଳନୀ କକ୍ଷରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ଶପଥ ପାଠ କରାଇଛନ୍ତି। ଏଥିରେ ହାଇକୋର୍ଟର ସମସ୍ତ ବିଚାରପତିଙ୍କ ଆଡ଼ଭୋକେଟ୍ ଜେନେରାଲ, ହାଇକୋର୍ଟ ବାର ଆସୋସିଏସନ କର୍ମକର୍ତ୍ତା ପୋଲିସ ଡ଼ିଜି, ପୋଲିସ କମିଶନରଙ୍କ ସମେତ ବହୁ ବରିଷ୍ଠ ବ୍ୟକ୍ତି ଉପସ୍ଥିତ ଥିଲେ।

ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ରଙ୍କ ଶପଥ ଗ୍ରହଣ କରିବା ପରେ ଓଡ଼ିଶା ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୧୮ରେ ପହଞ୍ଚିଛି। ଦୀର୍ଘ ୨୬ବର୍ଷ ଭିତରେ ସେ ହାଇକୋର୍ଟରେ ବହୁ ଗୁରୁତ୍ୱପୂର୍ଣ୍ଣ ମାମଲା ପରିଚାଳନା କରି ଜଣେ ଦକ୍ଷ ଆଇନଜୀବୀଭାବେ ପରିଚିତ ହୋଇପାରିଛନ୍ତି।

Leave A Reply

Your email address will not be published.