କଟକ: ଓଡିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ ଅରିନ୍ଦମ ସିହ୍ନା । ବର୍ତ୍ତମାନ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ଅଛନ୍ତି । ଚଳିତ ମାସ ୧୯ରେ ତାଙ୍କର କାର୍ଯ୍ୟକାଳ ସରୁଥିବାବେଳେ, ୨୦ ତାରିଖରୁ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱରେ ରହିବେ ଜଷ୍ଟିସ ସିହ୍ନା । ଏନେଇ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି ।
ଜଷ୍ଟିସ ଅରିନ୍ଦମ ସିହ୍ନା ପଶ୍ଚିମବଙ୍ଗରେ ୧୯୬୫ ସେପ୍ଟେମ୍ବର ୨୨ ତାରିଖରେ ଜନ୍ମଗ୍ରହଣ କରିଥିଲେ । ଆଇନ ଶିକ୍ଷା ଶେଷ କରିବା ପରେ ୧୯୯୧ ମାର୍ଚ୍ଚ ୧୧ ତାରିଖରେ ଆଇନଜୀବୀ ଭାବେ ନାମ ପଞ୍ଜିକରଣ କରିଥିଲେ । ୨୦୧୬ ମାର୍ଚ୍ଚ ୧୪ ତାରିଖରେ କଲିକତା ହାଇକୋର୍ଟରେ ସ୍ଥାୟୀ ବିଚାରପତି ଭାବେ ଶପଥ ନେଇଥିଲେ ଜଷ୍ଟିସ ଅରିନ୍ଦମ ସିହ୍ନା ।
ଏହାପରେ ୨୦୨୧ରେ ତାଙ୍କୁ ଓଡିଶା ହାଇକୋର୍ଟକୁ ବଦଳି କରାଯାଇଥିଲା । ୨୦୨୧ ଅକ୍ଟୋବର ୮ରେ ଓଡିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କରି ସେବେଠାରୁ କାର୍ଯ୍ୟ କରି ଆସୁଛନ୍ତି ସିହ୍ନା । ଓଡିଶାରେ ଅନେକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରିଛନ୍ତି ଜଷ୍ଟିସ ଅରିନ୍ଦମ ସିହ୍ନା ।
Comments are closed.