Latest Odisha News

BREAKING NEWS

ଓଡିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ

କଟକ: ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ । ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ ରଘୁବର ଦାସ । ହାଇକୋର୍ଟରେ ନୂଆ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ନେଇ ଗତ ୨ ତାରିଖରେ ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା ।

ଦିଲ୍ଲୀ ବିଶ୍ୱବିଦ୍ୟାଳୟରୁ ଏଲ୍‌ଏଲ୍‌ବି ଡିଗ୍ରୀ ହାସଲ କରିବାପରେ ୧୯୯୦ ଜାନୁଆରୀରେ ପାଟନା ହାଇକୋର୍ଟରେ ଓକିଲାତି ଆରମ୍ଭ କରିଥିଲେ । ବିହାର ସରକାରଙ୍କ ଅତିରିକ୍ତ ଆଡଭୋକେଟ୍ ଜେନେରାଲ ଭାବେ ସେ ୨୨ ବର୍ଷ ଧରି କାର୍ଯ୍ୟ କରିଛନ୍ତି । ୨୦୧୨ ମସିହା ଏପ୍ରିଲ ୫ ତାରିଖରେ ପାଟନା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତ ହୋଇଥିଲେ ଜଷ୍ଟିସ୍‌ ଶରଣ ସିଂ ।

ଶରଣ ସିଂ ୨୦୨୫ ଜାନୁୟାରୀ ମାସରେ ଅବସର ନେବେ । ବର୍ତ୍ତମାନ ଜଷ୍ଟିସ୍ ବିଦ୍ୟୁତ୍ ରଞ୍ଜନ ଷଡଙ୍ଗୀ ଓଡ଼ିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱରେ ଅଛନ୍ତି ।

Leave A Reply

Your email address will not be published.