ନୂଆଦିଲ୍ଲୀ: ସୁପ୍ରିମକୋର୍ଟର ପରବର୍ତ୍ତି ମୁଖ୍ୟ ବିଚାରପତିଙ୍କୁ ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତି । ଜଷ୍ଟିସ ଡି ଓ୍ବାଇ ଚନ୍ଦ୍ରଚୂଡ଼ ଦେଶର ମୁଖ୍ୟ ବିଚାରପତି ନିଯୁକ୍ତ ହୋଇଛନ୍ତି । କେନ୍ଦ୍ର ଆଇନ ମନ୍ତ୍ରୀ କିରଣ ରିଜଜୁ ଏନେଇ ଟୁଇଟ କରି ସୂଚନା ଦେଇଛନ୍ତି । ଜଷ୍ଟିସ ଚନ୍ଦ୍ରଚୂଡ଼ଙ୍କୁ ନିଯୁକ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେବା ପରେ ନଭେମ୍ବର ୯ ରୁ ଦାୟିତ୍ବ ନେବେ ଜଷ୍ଟିସ ଚନ୍ଦ୍ରଚୂଡ଼ । ଦେଶର ୫୦ତମ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି ଚନ୍ଦ୍ରଚୁଡ ।
In exercise of the power conferred by the Constitution of India, Hon'ble President appoints Dr. Justice DY Chandrachud, Judge, Supreme Court as the Chief Justice of India with effect from 9th November, 22.
— Kiren Rijiju (@KirenRijiju) October 17, 2022
Justice DY Chandrachud's formal oath-taking ceremony as the Chief Justice of India will be held on 9th November 2022
— ANI (@ANI) October 17, 2022
ତେବେ ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ୟୁୟୁ ଲଲିତ ଅବସର ନେବାର ଦିନକ ପରେ ନଭେମ୍ବର ୯ରେ ଜଷ୍ଟିସ ଚନ୍ଦ୍ରଚୂଡ ମୁଖ୍ୟ ବିଚାରପତି ଭାବେ ଶପଥ ନେବେ । ଆଗାମୀ ଦୁଇ ବର୍ଷ ଯାଏଁ ଚନ୍ଦ୍ରଚୂଡଙ୍କ କାର୍ଯ୍ୟକାଳ ସମୟ ରହିବ । ଜଷ୍ଟିସ ଚନ୍ଦ୍ରଚୂଡଙ୍କ ବାପା ୟଶବନ୍ତ ବିଷ୍ଣୁ ଚନ୍ଦ୍ରଚୂଡ ଦେଶର ୧୬ତମ ମୁଖ୍ୟ ବିଚାରପତି ଥିଲେ ।
Comments are closed.