Latest Odisha News

BREAKING NEWS

ଶପଥ ଗ୍ରହଣ ଉତ୍ସବ ପୂର୍ବରୁ ମହାପ୍ରଭୁଙ୍କ ଆଶିଷ ନେଲେ ଜଷ୍ଟିସ୍‌ ହରିଶ ଟଣ୍ଡନ

ପୁରୀ: ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ ଉତ୍ସବ ପୂର୍ବରୁ ଓଡ଼ିଶାରେ ପହଞ୍ଚି ପୁରୀ ଗସ୍ତରେ ଜଷ୍ଟିସ୍‌ ହରିଶ ଟଣ୍ଡନ । ସେଠାରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିବା ସହ ଆଶିଷ ଲାଭ କରିଛନ୍ତି ଜଷ୍ଟିସ୍‌ ହରିଶ ଟଣ୍ଡନ ।ଏହି ସମୟରେ ପୁରୀ ଏସପି, ଜିଲ୍ଲାପାଳଙ୍କ ସମେତ ଶ୍ରୀମନ୍ଦିର ପ୍ରଶାସନ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିଥିଲେ ।

ଓଡିଶାର ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି ଜଷ୍ଟିସ୍ ହରିଶ ଟଣ୍ଡନ । ଜଷ୍ଟିସ୍ ଟଣ୍ଡନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି କରିଛନ୍ତି ।

ସୂଚନାଯୋଗ୍ୟ, ଜଷ୍ଟିସ ହରିଶ ଟଣ୍ଡନ ହାଇକୋର୍ଟ ବିଚାରପତିଙ୍କ ମଧ୍ୟରେ ସର୍ବଭାରତୀୟ ସ୍ତରରେ ସେ ହେଉଛନ୍ତି ସପ୍ତମ ବରିଷ୍ଠ ବିଚାରପତି । କଲିକତା ହାଇକୋର୍ଟର ବିଚାରପତି ଥିଲେ । କୋଲକାତା ହାଇକୋର୍ଟର ସେ ହେଉଛନ୍ତି ସବୁଠୁ ବରିଷ୍ଠ ବିଚାରପତି । ସେ ୨୦୧୦ରୁ ଏପ୍ରିଲ୍‌ ୧୩ରୁ କଲିକତା ହାଇକୋର୍ଟରେ ବିଚାରପତି ଭାବେ ନିଯୁକ୍ତ ହୋଇଥିଲେ ।

Leave A Reply

Your email address will not be published.