କଟକ: ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ହରିଶ ଟଣ୍ଡନ । ଜଷ୍ଟିସ ଟଣ୍ଡନଙ୍କୁ ନିଯୁକ୍ତି ନେଇ ସୁପ୍ରିମକୋର୍ଟ କଲେଜିୟମ ପକ୍ଷରୁ ସୁପାରିସ୍ କରାଯାଇଛି ।
ସୂଚନା ଅନୁସାରେ, ୧୯ ଜାନୁଆରୀ ୨୦୨୫ରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଥିବା ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ଅବସର ନେଇଥିଲେ । ଜଷ୍ଟିସ ସିଂଙ୍କ ଅବସର ପରେ ଏହି ସ୍ଥାୟୀ ପଦବୀ ଖାଲି ପଡ଼ିଥିଲା । ଆଉ ଆଜି (ଗୁରୁବାର) ସୁପ୍ରିମକୋର୍ଟ କଲେଜିୟମ ପକ୍ଷରୁ ଜଷ୍ଟିସ ହରିଶ ଟଣ୍ଡନଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ସୁପାରିଶ ମିଳିଛି ।
ତେବେ ଜଷ୍ଟିସ ହରିଶ ଟଣ୍ଡନ ହାଇକୋର୍ଟ ବିଚାରପତିଙ୍କ ମଧ୍ୟରେ ସର୍ବଭାରତୀୟ ସ୍ତରରେ ସେ ହେଉଛନ୍ତି ସପ୍ତମ ବରିଷ୍ଠ ବିଚାରପତି । ସେ ଏବେ କଲିକତା ହାଇକୋର୍ଟର ବିଚାରପତି ଅଛନ୍ତି । କୋଲକାତା ହାଇକୋର୍ଟର ସେ ହେଉଛନ୍ତି ସବୁଠୁ ବରିଷ୍ଠ ବିଚାରପତି । ସେ ୨୦୧୦ରୁ ଏପ୍ରିଲ୍ ୧୩ରୁ କଲିକତା ହାଇକୋର୍ଟରେ ବିଚାରପତି ଭାବେ ଦାୟିତ୍ୱ ତୁଲାଉଛନ୍ତି ।
Comments are closed.