Latest Odisha News

BREAKING NEWS

ସୁପ୍ରିମକୋର୍ଟର ନୂତନ ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ବୋବଡେ

ନୂଆଦିଲ୍ଲୀ: ଜଷ୍ଟିସ ଶରଦ ଅରବିନ୍ଦ ବୋବଡେ ସୁପ୍ରିମକୋର୍ଟର ନୂତନ ପ୍ରଧାନ ବିଚାରପତି ଭାବେ ସୋମବାର ଦିନ ଶପଥ ଗ୍ରହଣ କରିଛନ୍ତି ।

ମିଳିଥିବା ସୂଚନା ଅନୁଯାୟୀ ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ।

ଏନେଇ ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟରୁ ଜଣାପଡିଛି ।

ଗତ ୧୯ ତାରିଖରେ ଜଷ୍ଟିସ୍ ବୋବଡେଙ୍କ ନାମକୁ ସୁପାରିଶ କରିଥିଲେ ତତ୍କାଳୀନ ପ୍ରଧାନ ବିଚାରପତି ରଞ୍ଜନ ଗୋଗେଇ । ଜଷ୍ଟିସ୍ ଗୋଗୋଇ ନଭେମ୍ବର ୧୭ ତାରିଖରେ ନିଜ କାର୍ଯ୍ୟରୁ ଅବସର ଗ୍ରହଣ କରିଥିବା ନେଇ ସୂଚନା ମିଳିଛି ।

ସୂଚନାଯୋଗ୍ୟ, ଜଷ୍ଟିସ୍ ବୋବଡେ ସୁପ୍ରିମକୋର୍ଟର ୪୭ତମ ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି ।

Leave A Reply

Your email address will not be published.