Latest Odisha News

BREAKING NEWS

ଆଜି ୧୩ ଜିଲ୍ଲାକୁ କାଳବୈଶାଖୀ ଆଲର୍ଟ

ଭୁବନେଶ୍ବର: ରାଜ୍ୟରେ ଗତ କିଛି ଦିନ ହେବ ଜାରି ରହିଛି କାଳବୈଶାଖୀ ଜନିତ ବିଜୁଳି ଘଡ଼ଘଡ଼ି ବର୍ଷା ଓ ପବନ । ଏହି ସମୟରେ ତାପମାତ୍ରାରେ ହ୍ରାସ ଥିବାବେଳେ କିନ୍ତୁ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଛି । ଯାହାକୁ ନେଇ ଅସ୍ତବ୍ୟସ୍ତ ହୋଇପଡୁଛନ୍ତି ଲୋକେ । ତେବେ ଆସନ୍ତା ୩ ଦିନ ଅର୍ଥାତ୍ ୨୩ ତାରିଖ ଯାଏଁ କାଳବୈଶାଖୀ ବର୍ଷା ସମ୍ଭାବନା ଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ ।

ଆଜି ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ବର୍ଷା ସମ୍ଭାବନା ରହିଛି । ଏନେଇ ୧୩ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ମୌସୁମୀ ପହଞ୍ଚିବାକୁ ଅନୁକୂଳ ହେଉଛି ପାଗ ।

ଉକ୍ତ ଜିଲ୍ଲା ଗୁଡିକ ହେଲା ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, କନ୍ଧମାଳ, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ବରଗଡ, ଦେବଗଡ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାକୁ କାଳବୈଶାଖୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ ଏବଂ ଗଜପତି ଜିଲ୍ଲାକୁ ଉଷ୍ଣ ଆର୍ଦ୍ରତା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡଘଡି ସହିତ ବର୍ଷା ହୋଇପାରେ । କେତେକ ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦କି.ମି. ବେଗରେ ପବନ ବହିବ ।

ଅନ୍ୟପଟେ, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଶକ୍ତି’ ପାଇଁ ଭାରତୀୟ ପାଣିପାଗ ବିଭାଗ ଆଲର୍ଟ ଜାରି କରିଛି । ଏହି ବାତ୍ୟା ଓଡ଼ିଶା, ଆନ୍ଧ୍ରପ୍ରଦେଶ ଏବଂ ପଶ୍ଚିମବଙ୍ଗର ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରଭାବ ପକାଇବ ବୋଲି ଆଶଙ୍କା କରାଯାଉଛି । ଏହା ଯାତ୍ରା ଏବଂ ମୌସୁମୀ ଋତୁ ଉପରେ ମଧ୍ୟ ପ୍ରଭାବ ପକାଇପାରେ।

Comments are closed.