Latest Odisha News

BREAKING NEWS

ଆଜି ବି କାଳବୈଶାଖୀ ସମ୍ଭାବନା: ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆଜି ବି ରାଜ୍ୟରେ ରାଜ୍ୟରେ କାଳବୈଶାଖୀ ସମ୍ଭାବନା। ଆସନ୍ତା ୪ ଦିନ ଯାଏ କାଳବୈଶାଖୀ ଥିବା ନେଇ ଚେତାବନୀ ଦିଆଯାଇଛି। ବିଜୁଳି ଓ ଘଡ଼ଘଡ଼ି ପାଇଁ ଆଜି ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମୟୂରଭଞ୍ଜ, ଗଜପତି, ରାୟଗଡ଼ା ଓ କୋରାପୁଟକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଏସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ। ସେହିପରି ଆସନ୍ତାକାଲି ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, ସୁନ୍ଦରଗଡ଼, ଯାଜପୁର, କଟକ, ପୁରୀ ସମେତ ଏହି ୧୦ ଜିଲ୍ଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ। ଆସନ୍ତା ୧୭ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।

୪ ରୁ ୫ ଦିନ ଯାଏ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ଗତ ୨୪ ଘଣ୍ଟାରେ କିଛି ସ୍ଥାନରେ ବର୍ଷା ହୋଇଥିବା ହୋଇଥିବା ବେଳେ ମୟୁରଭଞ୍ଜ କରଞ୍ଜିଆ ରେ ୬୮.୦୦ ମିମି ସର୍ବାଧିକ ବର୍ଷା ସମ୍ଭାବନା ରହିଛି। ସେହିପରି ସର୍ବାଧିକ ତାପମାତ୍ରା ବଲାଙ୍ଗୀରରେ ୪୦.୮ ଡିଗ୍ରୀ ରେକର୍ଡ କାରାଯାଇଛି ।

Comments are closed.