Latest Odisha News

BREAKING NEWS

କଳାହାଣ୍ଡିର ଜଣେ କରୋନା ପଜିଟିଭ ରୋଗୀ ସୁସ୍ଥ ହେଲେ

ଭୁବନେଶ୍ୱର : କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ଅଂଚଳରୁ ଚିହ୍ନଟ ହୋଇଥିବା ଦୁଇ ଜଣ କରୋନା ପଜିଟିଭ ରୋଗୀଙ୍କ ମଧ୍ୟରୁ ଜଣେ ଚିକିତ୍ସା ପରେ ସୁସ୍ଥ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟରରେ ଦିଆଯାଇଥିବା ସୂଚନା ଅନୁଯାୟୀ କଟକର ଅଶ୍ୱିନୀ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଏହି କରୋନା ପଜିଟିଭ ରୋଗୀଙ୍କ ଶେଷ କୋଭିଡ ୧୯ ପରୀକ୍ଷା ରିପୋର୍ଟ ନେଗେଟିଭ ଆସିବା ସହିତ ସେ ସୁସ୍ଥ ହୋଇଛନ୍ତି । ଏଥି ସହ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ତାଙ୍କୁ ଶୁଭେଚ୍ଛା ଜଣାଯାଇଛି ।

ସୂଚନାଯୋଗ୍ୟ ଯେ ବାହାରିନରୁ ଫେରିଥିବା ଏହି ବ୍ୟକ୍ତି କଳାହାଣ୍ଡି ଜିଲ୍ଲାର ପ୍ରଥମ କରୋନା ପଜିଟିଭ ରୋଗୀ ଚିହ୍ନଟ ହୋଇଥିଲେ ।

Leave A Reply

Your email address will not be published.