Latest Odisha News

BREAKING NEWS

ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା! ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ବଦଲିବ ପାଣିପାଗ । ଟ୍ରପ୍‌ ଲାଇନ ପ୍ରଭାବରେ ଖରା ପରେ ବର୍ଷା ହେବାକୁ ଥିବା ବେଳେ ୫ ତାରିଖ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା ଦେଇଛି ପାଣିପାଗ ବିଭାଗ। ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଆଜି ପାଇଁ ୧୫ ଜିଲ୍ଲାକୁ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଏସବୁ ଜିଲ୍ଲାରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ। ଆସନ୍ତାକାଲି ଓ ୪ରେ ବର୍ଷାର ପରିମାଣ ଓ ବିସ୍ତୃତି ବଢ଼ିବ।

ଏପ୍ରିଲ ୪ରେ ଉପକୂଳ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି। ଏପ୍ରିଲ ୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବ। ଆସନ୍ତାକାଲି ପାଇଁ ୯ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୪ ତାରିଖ ପାଇଁ ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ୫ ତାରିଖ ପରେ ପୁଣି ପାଗରେ ପରିବର୍ତ୍ତନ ହେବ।

Comments are closed.