ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା। ଆହିରି ୩ ଦିନ ଯାଏ ଅର୍ଥାତ୍ ୧୯ ତାରିଖ ଯାଏ ରହିବ କାଳବୈଶାଖୀ ବର୍ଷା। ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ସେ ସବୁ ଜିଲ୍ଲା ହେଉଛି- ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଅନୁଗୁଳ, ନୟାଗଡ଼, ଗଜପତି, ଗଞ୍ଜାମ ଓ କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ପ୍ରବଳ ବର୍ଷା ନେଇ ୨ ଜିଲ୍ଲା ରାୟଗଡା ଓ ମାଲକାନଗିରିକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।
ସେହିପରି ବିଜୁଳି, ଘଡ଼ଘଡ଼ି, କୁଆପଥର ମାଡ଼ ସହ ଘଣ୍ଟାପ୍ରତି ୫୦ରୁ ୬୦ରୁ କିମି ବେଗରେ ପବନ ପାଇଁ ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବିଜୁଳି, ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୪୦ରୁ ୫୦ରୁ କିମି ବେଗରେ ପବନ ପାଇଁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ମଧ୍ୟ ରାଜ୍ୟର ଅଧିକାଂଶ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ବିଜୁଳି, ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୪୦ରୁ ୫୦ରୁ କିମି ବେଗରେ ପବନ ପାଇଁ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
Comments are closed.