Latest Odisha News

BREAKING NEWS

ହସ୍ପିଟାଲ୍‌ରେ ଭର୍ତ୍ତି ହେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂ ଲକ୍ଷ୍ନୌର ଏକ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ସୂଚନାନୁସାରେ, ଶରୀରର ଅଚାନକ ଭାବେ ଫୁଲିଯିବା ପରେ ତାଙ୍କୁ ତୁରନ୍ତ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା।

କଲ୍ୟାଣ ସିଂଙ୍କ ହସ୍ପିଟାଲରେ ଭର୍ତ୍ତି ହେବାର ଖବର ପାଇବା ପରେ ୟୁପି ସିଏମ୍ ଯୋଗୀ ଆଦିତ୍ୟନାଥ ତାଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଷୟରେ ପଚାରି ବୁଝିଥିଲେ।

ବରିଷ୍ଠ ବିଜେପି ନେତା କଲ୍ୟାଣ ସିଂ ଗତବର୍ଷ କରୋନାରେ ଆକ୍ରାନ୍ତ ମଧ୍ୟ ହୋଇଥିଲେ।

୧୯୯୧ ରେ କଲ୍ୟାଣ ସିଂ ପ୍ରଥମେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ହୋଇଥିଲେ।

Comments are closed.