Latest Odisha News

ଡାକ୍ତରଖାନାରେ ଭର୍ତ୍ତି ହେଲେ ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଲ ନାଥ

ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଲ ନାଥ ଅସୁସ୍ଥ ଅଛନ୍ତି। ସ୍ବାସ୍ଥ୍ୟାବସ୍ଥା ଖରାପ ଯୋଗୁ ବୁଧବାର ସକାଳେ ତାଙ୍କୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଜ୍ୱର ଏବଂ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି।

ବର୍ତ୍ତମାନ ମେଦାନ୍ତ ଡାକ୍ତରଖାନାରେ ତାଙ୍କର ଚିକିତ୍ସା ଚାଲିଛି। ତାଙ୍କୁ ଡାକ୍ତରଖାନାର ରେସ୍‌ପିରେଟୋରି ୱିଙ୍ଗକୁ ସ୍ଥାନାନ୍ତର କରାଯାଇଛି।

ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

Leave A Reply

Your email address will not be published.