ତେଲେଙ୍ଗାନା: ଘରୁ ବାହାରିଲେ ଗୁଳି । କଟକଣା ନମାନିଲେ ସୁଟ୍ ଆଟ୍ ସାଇଟ୍ । ଏଭଳି କଡା ନିର୍ଦ୍ଦେଶ ଦେଇଛନ୍ତି ତେଲେଙ୍ଗାନା ସରକାର । ଲକ ଡାଉନ ନିୟମ ଉଲ୍ଲଂଘନ କଲେ ଆଉ ତ୍ରାହି ନାହିଁ । ଯେଉଁ ବ୍ୟକ୍ତି ନିୟମ ଉଲ୍ଲଂଘନ କରିବେ ସେମାନଙ୍କୁ ଦେଖିଲା ମାତ୍ରେ ଗୁଳି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ର ଶେଖର ରାଓ ।
କରୋନା ସଂକ୍ରମଣ ସଂଖ୍ୟା ଦେଶରେ ଦିନକୁ ଦିନ ବଢ଼ିବାକୁ ଲାଗିଛି । ସୁରକ୍ଷା ପାଇଁ ଗତକାଲି ମଧ୍ୟରାତ୍ରିରୁ ପୁରା ଭାରତକୁ ତାଲା ବନ୍ଦ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ତେବେ ବନ୍ଦ ସତ୍ତ୍ୱେ ଏବେବି ଲୋକେ ଏହି ନିୟମକୁ ଖୋଲାଖୋଲି ଉଲ୍ଲଂଘନ କରୁଛନ୍ତି । ବାଇକ ଓ କାର୍ ଧରି ରୋଡ୍ ଉପରେ ଏଣେ ତେଣ ବୁଲିଛନ୍ତି ।
ଏଭଳି ନିୟମ ଖିଲାପକାରୀଙ୍କୁ ସାବାଡ କରିବା ପାଇଁ କଡ଼ା ନିଷ୍ପତି ନେଇଛନ୍ତି ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ । ଲକ୍ ସମୟରେ ଯେଉଁମାନେ ନିୟମକୁ ଉଲଂଘନ କରୁଛନ୍ତି ତାଙ୍କୁ ଗୁଳି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଆବଶ୍ୟକ ପଡ଼ିଲେ କେନ୍ଦ୍ରରୁ ସେନା ମଗାଯିବା କଥା ମଧ୍ୟ କହିଛନ୍ତି କେସିଆର । କରୋନା ରୋକିବା ପାଇଁ ଲୋକଙ୍କୁ ଘରେ ରହିବାକୁ ସେ ନିବେଦନ କରିଛନ୍ତି ।
BREAKING NEWS
- କ୍ଷେପଣାସ୍ତ୍ର ଆକ୍ରମଣ ପରେ ସାଉଦି ବିମାନବନ୍ଦରରେ ଆତଙ୍କ; ଭାରତୀୟମାନଙ୍କୁ ଘରୁ ବାହାରକୁ ନ ବାହାରିବାକୁ ପରାମର୍ଶ
- ୨ଦିନିଆ ଗସ୍ତ ଓଡ଼ିଶା ଗସ୍ତରେ ମୋହନ ଭାଗବତ
- ବୈଭବଙ୍କୁ କପିଳ ଦେବଙ୍କ ଚେତାବନୀ ,ବିନୋଦ କାମ୍ବଲୀଙ୍କ କ୍ୟାରିୟରକୁ ଦେଖ
- ‘ଇ-ସଞ୍ଚାର ଆପ୍’ର ଶୁଭାରମ୍ଭ;ଖୁବଶୀଘ୍ର ଆସିବ ସାମାଜିକ ଗଣମାଧ୍ୟମ ନୀତି
- ମାଡ଼ି ଆସୁଛି ଆଉ ଏକ ଲଘୁଚାପ;୧୪ରୁ ରାଜ୍ୟରେ ଝଡି ବର୍ଷା ସମ୍ଭାବନା
- କୋହଲିଙ୍କ ସ୍ଥାନରେ ପାର୍ଥୀବ ହୋଇଥାନ୍ତେ ଅଧିନାୟକ
- ପଶ୍ଚିମବଙ୍ଗ ଉପନିର୍ବାଚନ: ନନ୍ଦୀଗ୍ରାମ ଓ ରେଜିନଗରରେ ବିଜେପିର ବାଜିମାତ; ମୁସଲିମ ବହୁଳ ଅଞ୍ଚଳରେ ଶୁଭେନ୍ଦୁଙ୍କ ବଡ଼ ବିଜୟ
- ଏସିଆନ୍ ଚାମ୍ପିଅନ୍ସ ଟ୍ରଫି ୨୦୨୬: ଓହରିଗଲା ପାକିସ୍ତାନ, ବାଂଲାଦେଶକୁ ମିଳିଲା ସୁଯୋଗ
- ସିଓଇର ଚାଂଚଲ୍ୟକର ରିପୋର୍ଟ ପଡିଲା ପଦାରେ
- Nobel Peace Prize 2026:ଟ୍ରମ୍ପ ନିରାଶ;ଭାରତୀୟ ବଂଶୋଦ୍ଭବ ନାଭି ପିଲ୍ଲାଇଙ୍କୁ ନୋବେଲ ଶାନ୍ତି ପୁରସ୍କାର

Comments are closed.