ନୂଆଦିଲ୍ଲୀ: ଆସନ୍ତା ୧୬ରେ ହେବ କେଜ୍ରିୱାଲଙ୍କ ରାଜତିଲକ । ରାମ ଲୀଲା ମୈଦାନରେ ନେବେ ଶପଥ । ଲଗାତର ତୃତୀୟ ଥର ପାଇଁ ଦିଲ୍ଲୀର ଶାସନ ଗାଦିରେ ବସିବେ ଆପ୍ ମୁଖ୍ୟ ଅରବିନ୍ଦ କେଜ୍ରିୱାଲ । ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ୍ ଆଦ୍ମୀ ପାର୍ଟି ବିପୁଳ ବିଜୟ ହାସଲ କରିବା ପରେ ଦଳର ମୁଖ୍ୟ ଅରବିନ୍ଦ କେଜ୍ରିୱାଲ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ । ଏନେଇ ରାମଲୀଲା ମୈଦାନରେ ଭବ୍ୟ ସମାରୋହର ଆୟୋଜନ କରାଯିବ । ଏହି ଶପଥ ସମାରୋହରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ବହୁ ମାଣ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେବା କାର୍ଯ୍ୟକ୍ରମ ରହିଛି । ଶପଥ ସମାରୋହ ପୂର୍ବରୁ ଆଜି ଆପ୍ ବିଧାୟକ ଦଳ ବୈଠକ ବସୁଛି । ଏଥିରେ କେଜ୍ରିୱାଲଙ୍କୁ ବିଧାୟକ ଦଳ ନେତା ଭାବେ ନିର୍ବାଚିତ କରାଯିବ । ତା’ପରେ ସରକାର ଗଠନ ନେଇ ଦଳ ପକ୍ଷରୁ ଦିଲ୍ଲୀ ଉପରାଜ୍ୟପାଳ ଅନୀଲ ବୈଜଲଙ୍କୁ ଦାବି ପତ୍ର ପ୍ରଦାନ କରାଯିବ । ଦିଲ୍ଳୀ ବିଧାନସଭା ନିର୍ବାଚନରେ ଆପ୍ ଏକାକୀ ୬୨ ଆସନ ହାତେଇଛି । ବିଜେପିକୁ ମାତ୍ର ୮ଟି ଆସନରେ ସନ୍ତୁଷ୍ଟ ହେବାକୁ ପଡିଛି । ସେପଟେ କଂଗ୍ରେସ ଜମାରୁ ଖାତା ଖୋଲି ପାରିନାହିଁ ।
BREAKING NEWS
- Gold Mines: ‘୩ଟି ଖଣିରେ ୧୫୮୬ କେଜି ସୁନା ଥିବା ମିଳିଛି ସନ୍ଧାନ’
- Fake note: ନକଲି ନୋଟ କାରବାର ଘଟଣାରେ ପୁଣି ୨ ଗିରଫ
- ମଦ୍ୟପାନ ସମୟରେ ଜମାରୁ ଖାଆନ୍ତୁନି ଏହି ଖାଦ୍ୟ, ଜୀବନ ପଳାଇବ !
- Hindu man lynched in Bangladesh: ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା,ଏକ ଭିଡ଼ ପିଟି ପିଟି…
- ହର୍ବାଲ ଟିକୁ ‘ଚା’ କହିବା ଭୁଲ; ବେଆଇନ ଘୋଷଣା କଲା FSSAI
- ଶୀତ ଦିନେ ଚୁମ୍ବନ କଲେ ଛାଡ଼ିଯିବ ଥଣ୍ଡା ଜ୍ୱର ! ଜାଣନ୍ତୁ କ’ଣ କହୁଛି ମେଡିକାଲ ସାଇନ୍ସ
- ଲିଭ୍-ଇନ୍ ରିଲେସନସିପ୍କୁ ନେଇ ହାଇକୋର୍ଟଙ୍କ ବଡ଼ ରାୟ, ସମସ୍ତେ ଆଶ୍ଚର୍ଯ୍ୟ
- Illegal immigration:’ଦେଶାନ୍ତର କରିବାର ଅଧିକାର ଅଛି…’, ଅବୈଧ ପ୍ରବାସୀ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନକୁ ଥରୁରଙ୍କ ସମର୍ଥନ
- ୩୩୫୮ କୋଟି ଟଙ୍କାର ଫାଇଦା ପାଇଛି ବିସିସିଆଇ: ରିପୋର୍ଟ
- ରେଡ୍ ଫ୍ଲାଗ ଘୋଷଣା ହେଲା ଚାନ୍ଦବାଲି ଦୁଷ୍କର୍ମ ଓ ହତ୍ୟା ମାମଲା…
Comments are closed.