Latest Odisha News

ଓମାନରେ ଛାତ ଭୁଷୁଡି ଓଡିଆ ଶ୍ରମିକ ମୃତ; ମରଶରୀର ଆଣିବା ପାଇଁ ଚିଠି ଲେଖିଲେ ବୈଜୟନ୍ତ

ଭୁବନେଶ୍ବର: ଓମାନରେ ଛାତ ଭୁଷୁଡି ଜଣେ ଓଡିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଥାନା ଅନ୍ତର୍ଗତ ଚକ୍ରଧରପୁର ଗ୍ରାମର ଶୁକଦେବ ସ୍ୱାଇଁଙ୍କ ପୁଅ ବିପିନ ବିହାରୀ ସ୍ବାଇଁ । ତାଙ୍କ ମରଶରୀର ଭାରତ ଫେରାଇ ଆଣିବାପାଇଁ ଓମାନରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତଙ୍କୁ ଏକ ପତ୍ର ଲେଖି ନିବେଦନ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଉପସଭାପତି ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ।

ସୂଚନାଯୋଗ୍ୟ, ବିପିନ ବିହାରୀ ସ୍ବାଇଁ ଓମାନର ଏକ ଘରୋଇ କମ୍ପାନୀରେ ଶ୍ରମିକ ଭାବେ କାମ କରୁଥିଲେ । ଡିସେମ୍ବର ୮ ତାରିଖରେ ଏକ ପ୍ରକଳ୍ପରେ କାମ କରୁଥିବା ବେଳେ ଦୁର୍ଭାଗ୍ୟ ବଶତଃ ସେହି କୋଠାର ଛାତ ଭୁଷୁଡି ପଡିବାରୁ ତାଙ୍କର ମୃତ୍ୟୁ ହୋଇଥିଲା । ଏନେଇ କମ୍ପାନୀ କତ୍ତୃପକ୍ଷ ତାଙ୍କ ପରିବାର ଲୋକଙ୍କୁ ଜଣାଇଥିଲେ ।

ବିପିନଙ୍କ ପିତା ମରଶରୀରକୁ ଅନ୍ତିମ ସଂସ୍କାର ପାଇଁ ତାଙ୍କ ଗ୍ରାମକୁ ଫେରାଇ ଆଣିବା ପାଇଁ ଶ୍ରୀ ପଣ୍ଡାଙ୍କ ହସ୍ତକ୍ଷେପ ଲୋଡିଥିଲେ । ଅନୁରୋଧକ୍ରମେ ଶ୍ରୀ ପଣ୍ଡା ଭାରତୀୟ ରାଷ୍ଟ୍ରଦୂତଙ୍କୁ ଏକ ପତ୍ର ଲେଖି ମରଶରୀରକୁ ଭାରତ ଫେରାଇ ଆଣିବା ପାଇଁ ବ୍ୟବସ୍ଥା କରିବା ସହ ବକେୟା ପ୍ରାପ୍ୟ ଯୋଗାଇଦେବାକୁ ନିବେଦନ କରିଛନ୍ତି ।

Comments are closed.