Latest Odisha News

BREAKING NEWS

କେନ୍ଦ୍ରାପଡାରେ ସୁପର ସ୍ପେଶାଲିଷ୍ଟ ଦାତବ୍ୟ ଚିକତ୍ସାଳୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ 

ଭୁବନେଶ୍ୱର: କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କ ତତ୍ତ୍ଵାବଧାନରେ ଖୁବଶୀଘ୍ର କେନ୍ଦ୍ରାପଡ଼ା ଜିଲ୍ଲାରେ ଏକ ୧୦୦ ଶଯ୍ୟା ବିଶିଷ୍ଟ ସୁପର ସ୍ପେଶାଲିଷ୍ଟ୍ ଦାତବ୍ୟ ଚିକିତ୍ସାଳୟ ପ୍ରତିଷ୍ଠା ହେବାକୁ ଯାଉଛି।

ଏନେଇ ଆଜି ପାଟକୁରା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଡେରାବିଶ ବ୍ଲକର ରଜାଙ୍ଗ ଠାରେ ସାଂସଦ ଏବଂ ସତ୍ୟ ସାଇ ବାବାଙ୍କ ସହଯୋଗୀ ପୂଜ୍ୟ ସ୍ୱାମୀଜୀ ମଧୁସୂଦନ ସାଇ ଭୂମି ପୂଜା ସହିତ ଭିତ୍ତପ୍ରସ୍ତର ସ୍ଥାପନ କରିଛନ୍ତି।

ସୂଚନାଯୋଗ୍ୟ, କେନ୍ଦ୍ରାପଡ଼ା ଜିଲ୍ଲାବାସୀଙ୍କ ବହୁ ଦିନର ଦାବିକୁ ବିଚାର ବିମର୍ଷକରି ସାଂସଦ ଦେଶର ବିଭିନ୍ନ ଅଗ୍ରଣୀ ପ୍ରମୁଖ ଅନୁଷ୍ଠାନ ମାନଙ୍କ ସହିତ ଗତ ୨ ବର୍ଷ ଧରି ଯୋଗାଯୋଗରେ ଥିଲେ। ଶେଷରେ ପ୍ରଶାନ୍ତି ବାଲ୍ ମନ୍ଦିର ଟ୍ରଷ୍ଟ କେନ୍ଦ୍ରାପଡାରେ ଏକ ୧୦୦ ଶଯ୍ୟା ବିଶିଷ୍ଟ ସୁପର ସ୍ପେଷାଲିଷ୍ଟ ଦାତବ୍ୟ ଚିକିତ୍ସାଳୟ ପ୍ରତିଷ୍ଠା ପାଇଁ ଆଗ୍ରହ ପ୍ରକାଶ କରିଥିଲେ।

କେନ୍ଦ୍ରାପଡ଼ା ସାଂସଦ ଗତ ଏପ୍ରିଲ ୨୮ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ମୁଖ୍ୟ ଶାସନ ସଚିବ ଓ ଅନ୍ୟ ବରିଷ୍ଠ ବିଭାଗୀୟ ଅଧିକାରୀଙ୍କ ସହ ଏହି ପ୍ରକଳ୍ପ ବାବଦରେ ବିସ୍ତୃତ ଆଲୋଚନା କରିଥିଲେ ଏବଂ ଆବଶ୍ୟକୀୟ ଭିତ୍ତିଭୂମି ଯୋଗାଇଦେବାକୁ ଅନୁରୋଧ କରିଥିଲେ। ପ୍ରଶାନ୍ତି ବାଲ୍ ମନ୍ଦିର ଟ୍ରଷ୍ଟର ଓଡ଼ିଶାରେ ଏହା ପ୍ରଥମ ଚିକିତ୍ସାଳୟ ହେବାକୁ ଥିଲାବେଳେ ଏଥିପାଇଁ ଆବଶ୍ୟକୀୟ ୧୦ ଏକର ଜମି ଇତିମଧ୍ୟରେ ରାଜ୍ୟ ସରକାରଙ୍କ ତତ୍ତ୍ଵାବଧାନରେ ଜିଲ୍ଲା ପ୍ରଶାସନ କେନ୍ଦ୍ରାପଡ଼ା ସ୍ଥିତ ଡେରାବିଶ ବ୍ଲକ ଅନ୍ତର୍ଗତ ରଜାଙ୍ଗ ଠାରେ ଚିହ୍ନଟ କରିଥିଲେ। ଏହି ଚିକିତ୍ସାଳୟରେ ବିଭିନ୍ନ ବିଭାଗର ଅଭିଜ୍ଞ ଡାକ୍ତରଙ୍କ ଦ୍ଵାରା ଓଡ଼ିଶାର ଜନସାଧାରଣ ସମ୍ପୂର୍ଣ୍ଣ ମାଗଣା ଚିକିତ୍ସା ସେବା ପାଇବେ। ପ୍ରାୟ ୧୧୦ ବ୍ୟୟ ଅଟକଳର ଏହି ପ୍ରକଳ୍ପଟି ୨୪ ମାସରେ କାର୍ଯ୍ୟକ୍ଷମ କରିବାର ଲକ୍ଷ୍ୟ ରଖାଯାଇଛି।

 

Leave A Reply

Your email address will not be published.