Latest Odisha News

BREAKING NEWS

ଆଜି ଶ୍ରୀଜିଉଙ୍କ ଖସାପଡ଼ା ନୀତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ: ଆଜି ସୋମବାର ଶ୍ରାବଣ-ମଳ ଶୁକ୍ଳ ଷଷ୍ଠୀ ତିଥି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହ ମାନଙ୍କ ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ। ମଧ୍ୟାହ୍ନ ଧୂପ ପରେ ଦଇତାପତି ସେବକମାନେ ରତ୍ନସିଂହାସନ ଉପରେ ପ୍ରାୟ ୫ ଘଣ୍ଟା ଧରି ମହାପ୍ରଭୁଙ୍କ ଏହି ଗୁପ୍ତନୀତି ସମ୍ପାଦନ କରିବେ । ଶ୍ରୀମନ୍ଦିରରେ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ ଟା ରୁ ରାତ୍ର ୧୦ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଠାକୁରଙ୍କର ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଦଇତାପତି ସେବାୟତଙ୍କ ଦ୍ବାରା ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ଅନୁଷ୍ଠିତ ହେବାକୁ ଥିବାରୁ ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ରହିବେ ଭକ୍ତ। ଶ୍ରୀମନ୍ଦିରରେ ୧୨ ମାସରେ ୧୩ ପର୍ବ ପାଳନ ହୁଏ । ସେଥିମଧ୍ୟରୁ ଏହି ଖସାପଡା ନୀତି ଅନନ୍ୟ । ଶ୍ରୀମନ୍ଦିର ରତ୍ନସିଂହାସନରେ ମହାପ୍ରଭୁଙ୍କ ଖସାପଡା ନୀତି ଅନୁଷ୍ଠିତ ହେବ । ଏହି ନୀତିରେ ଶ୍ରୀଜିଉଙ୍କର ଶ୍ରୀପୟର ସୁରକ୍ଷା ଲାଗି କରାଯାଇଥାଏ । ମହପ୍ରଭୁଙ୍କ ଶ୍ରୀପୟରକୁ ଧଳା କପଡାରେ ଘୋଡାଇ ଦିଆଯାଏ । ସୂଚନା ଅନୁସାରେ ବର୍ଷରୁ ପ୍ରାୟ ୧ରୁ ୨ ଥର ଏହି ନିତି ଅନୁଷ୍ଠିତ ହୋଇଥାଏ ।

Leave A Reply

Your email address will not be published.