Latest Odisha News

BREAKING NEWS

ଓଡ଼ିଶାରେ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା: ଆସନ୍ତାକାଲି ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ଖେଳା ଯିବାକୁ ଥିବା ଦେଶର ସର୍ବ ପ୍ରଥମ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାକୁ ଆସନ୍ତା କାଲି ଭିଡିଓ କନଫରେନ୍ସିଂ ଜରିଆରେ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ ।

କଟକର ଜବାହରଲାଲ ନେହରୁ ଇନଡୋର ଷ୍ଟାଡିୟମଠାରେ ଉଦଘାଟନୀ ସମାରୋହରେ କେନ୍ଦ୍ର କ୍ରୀଡା ଓ ଯୁବ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ  କିରେନ ରିିିଜିଜୁ ମଧ୍ୟ ଉପସ୍ଥିତ ରହିବେ ।

ଓଡ଼ିଶା ରାଜ୍ୟ ସରକାରଙ୍କ ସହଯୋଗରେ ଭାରତ ସରକାର ଏହି ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡାର ଆୟୋଜନ କରିଛନ୍ତି । ଦେଶର ତୃଣମୂଳ ସ୍ତରରେ କ୍ରୀଡା ସଂସ୍କୃତିକୁ ଉଦଜୀବିତ କରିବା ତଥା ଦେଶରେ ସବୁ ପ୍ରକାର କ୍ରୀଡ଼ାର ଏକ ସୁଦୃଢ଼ ଭିତିଭୂମି ସ୍ଥାପନ କରିବା ଏହି ଖେଲୋ ଇଣ୍ଡିଆ କାର୍ଯ୍ୟକ୍ରମର ଲକ୍ଷ୍ୟ । ଏହି କ୍ରୀଡା ପ୍ରତିଯୋଗିତା ଭୁବନେଶ୍ୱର ଓ କଟକର ବିଭିନ୍ନ ଜାଗାରେ ମାର୍ଚ୍ଚ ପହିଲା ପର୍ଯ୍ୟନ୍ତ ଚାଲିବ ।

ବିଶ୍ୱବିଦ୍ୟାଳୟ ସ୍ତରରେ ଏହା ଦେଶର ସର୍ବବୃହତ ପ୍ରତିଯୋଗିତା । ଦେଶର ୧୫୦ ବିଶ୍ୱବିଦ୍ୟାଳୟରୁ ପ୍ରାୟ ସାଢ଼େ ୩ ହଜାର କ୍ରୀଡାବିତ ଏଥିରେ ଅଂଶଗ୍ରହଣ କରୁଛନ୍ତି । ଏଥିରେ ମୋଟ ୧୭ଟି କ୍ରୀଡା ଶ୍ରେଣୀ ରହିଛି । ସେଗୁଡିକ ହେଲା ତୀରନ୍ଦାଜୀ, ଦୌଡକୁଦ, ମୁଷ୍ଠିଯୁଦ୍ଧ, ଅଶୀଚାଳନା, ଜୁଡୋ, ସନ୍ତରଣ, ଭାରତୋଳନ, କୁସ୍ତି, ବାଡମିଂଟନ, ବାସ୍କେଟ ବଲ, ଫୁଟବଲ, ହକି, ଟେବୁଲ ଟେନିସ, ଟେନିସ, ଭଲିବଲ, ରଗବୀ ଏବଂ କବାଡ଼ି ।

Leave A Reply

Your email address will not be published.