Latest Odisha News

ସୁନ୍ଦରଗଡରେ ୧୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ; ସୂଚନା ଦେଲେ ପ୍ରଶାସନ

ରାଉରକେଲା: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୧୭ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ସୁନ୍ଦରଗଡ ଜିଲ୍ଲାପାଳ ।

ପ୍ରାପ୍ତ ସୂଚନାନୁଯାୟୀ ଏହି ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୧୫ ଜଣ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର (ଟିଏମସି) ଏବଂ ଅନ୍ୟ ୨ଜଣ ରାଉରକେଲାର ବୋଲି ଜଣାପଡିଛି । ଦୁହେଁ ରାଉରକେଲା ସରକାରୀ ହସ୍ପିଟାଲର ଆଇସୋଲେସନ ୱାର୍ଡରେ ରହୁଛନ୍ତି ।

ଆହୁରି ମଧ୍ୟ ସମସ୍ତ ଆକ୍ରାନ୍ତଙ୍କୁ ଚିକିତ୍ସା ନିମନ୍ତେ ରାଉରକେଲା କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଥିବା ବେଳେ ଦୁହିଁଙ୍କର କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି ।

ଉଲ୍ଲେଖଯୋଗ୍ୟ, ଜିଲ୍ଲାରେ ମୋଟ୍ ୨୧୭ କରୋନା ମାମଲା ରହିଥିବା ବେଳେ ୧୬୦ ଜଣ ରୋଗୀ ସୁସ୍ଥ ହୋଇଛନ୍ତି ।

Leave A Reply

Your email address will not be published.